ଭୁବନେଶ୍ୱର,୨୪ା୪(ବ୍ୟୁରୋ)-ରାଜ୍ୟ ସରକାର ବିଜୁ ସେତୁ ଯୋଜନାକୁ ୨୦୨୫-୨୬ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଉକ୍ତ ଯୋଜନାରେ ଅତିରିକ୍ତ ୩୫୯୭.୨୨କୋଟି ଟଙ୍କା ବିନିଯୋଗରେ ୮୬୬ ନୂତନ ସେତୁ ନିର୍ମାଣ ହେବା ସହିତ ଚାଲୁ ରହିଥିବା ସେତୁଗୁଡ଼ିକୁ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।
ଗ୍ରାମାଞ୍ଚଳରେ ବାସ କରୁଥିବା ଜନସାଧାରଣଙ୍କ ଯାତାୟାତ ସୁବିଧା ତଥା ସେମାନଙ୍କ ସାମାଜିକ ଓ ଅର୍ଥନୈତିକ ଉନ୍ନତି ନିମନ୍ତେ ରାଜ୍ୟ ସରକାର ବିଜୁ ସେତୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ୨୦୨୧-୨୨ ଆର୍ଥକ ବର୍ଷରେ ୩ ବର୍ଷ ପାଇଁ (୨୦୨୩-୨୪) ୫,୧୮୨ କୋଟି ଟଙ୍କା ବିନିମୟରେ ୯୪୬ଟି ସେତୁ ପାଇଁ ଅନୁମୋଦନ କରାଯାଇଥିଲା। ସେଥିରୁ ଚାଲୁରହିଥିବା ୩୯୬ ଓ ୫୫୦ ନୂତନ ସେତୁ ରହିଛି। ପ୍ରକଳ୍ପଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଉକ୍ତ ଅବଧିକୁ ବୃଦ୍ଧି କରାଯାଇଛି।
ଏଠାରେ ଉଲ୍ଲେଖଯୋଗ୍ୟ, ଗ୍ରାମ୍ୟ ଉନ୍ନୟନ ରାସ୍ତାରେ ଥିବା ସମସ୍ତ ଅସଂଯୋଜିତ ସ୍ଥାନଗୁଡ଼ିକୁ ସେତୁ ମାଧ୍ୟମରେ ଯୋଡ଼ିବା ଲକ୍ଷ୍ୟ ରଖି ରାଜ୍ୟ ସରକାର ୨୦୧୧-୧୨ରୁ ବିଜୁ ସେତୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଉକ୍ତ ଯୋଜନାରେ କେତେକ ଗୁରୁତ୍ୱପୂର୍ଣ୍ଣ ପଞ୍ଚାୟତ ରାସ୍ତାରେ ସେତୁ ନିର୍ମାଣ ପାଇଁ ମଧ୍ୟ ବ୍ୟବସ୍ଥା ରହିଛି। ରାଜ୍ୟର କୋଣ ଅନୁକୋଣରେ ସମସ୍ତଙ୍କ ନିକଟରେ ସବୁଦିନିଆ ଯାତାୟାତ ବ୍ୟବସ୍ଥା ପହଞ୍ଚାଇବା ଏହାର ଲକ୍ଷ୍ୟ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

