ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଚାଲୁ ରଖାଯାଉ: ଇଣ୍ଡିଆ

ଭୁବନେଶ୍ୱର,୬।୬(ଶର୍ମିଷ୍ଠା ପାଣିଗ୍ରାହୀ)ରାଜ୍ୟର ରୋଗୀଙ୍କ ଚିକିତ୍ସା ପାଇଁ ଉପଲବ୍ଧ ହେଉଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜାରି ରଖାଯାଉ। ଏହି କାର୍ଡ ବନ୍ଦ ନେଇ କୌଣସି ଅପପ୍ରଚାର କରା ନ ଯାଉ। ଏହାଦ୍ୱାରା ରାଜ୍ୟର ବହୁ ରୋଗୀ ଏବଂ ତାଙ୍କ ପରିବାର ହଇରାଣ ହେବା ସହ ଆର୍ଥିକ ଭାବେ କ୍ଷତିଗ୍ରସ୍ତ ହେବେ ବୋଲି ଇଣ୍ଡିଆ ମେଣ୍ଟ ପକ୍ଷରୁ କୁହାଯାଇଛି। ଏନେଇ ବୁଧବାର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ବାସଭବନରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଜେନାଙ୍କ ସମେତ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନଗୋ, ସମାଜବାଦୀ ପାର୍ଟି ଓଡ଼ିଶା ମୁଖ୍ୟ ରବି ବେହେରା, ଫରୱାର୍ଡ ବ୍ଲକ ନେତା ଜ୍ୟୋତି ମହାପାତ୍ର, ଏନ୍‌ସିପି ନେତା ବିକ୍ରମ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷରେ ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ସିପିଆଇ, ସିପିଏମ୍‌, ଆର୍‌ଜେଡି, ସିପିଆଇ ଏମ୍‌ଏଲ ଓ ଆମ୍‌ ଆଦମୀ ପାର୍ଟି ନିଜ ସମର୍ଥନ ଜାରି କରିଛନ୍ତି।
ବୈଠକରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ କହିଥିଲେ, ଘରୋଇ ଚିକିତ୍ସାଳୟ ବିଏସ୍‌କେୱାଇ ଗ୍ରହଣ ନ କରିବା ଦ୍ୱାରା ରୋଗୀମାନେ ହନ୍ତସନ୍ତ ହେଉଛନ୍ତି। ଏପରି କରା ନ ଯାଉ। ସେହିପରି କାନୁନଗୋ କହିଲେ, ରୋଗୀମାନଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ସମସ୍ତ ରାଜନୈତିକ ଦଳ ଏକ ହୋଇ ସ୍ବର ଉତ୍ତୋଳନ କରିବୁ। ସେହିପରି ରବି ବେହେରା କହିଲେ, ବିଏସ୍‌କେୱାଇ ଗ୍ରହଣ ହେଉ ନ ଥିବାରୁ ରାଜ୍ୟରେ ଏକ ଆତଙ୍କ ସୃଷ୍ଟି ହେଉଛି। ଓଡ଼ିଶା ଏନ୍‌ସିପି ମୁଖ୍ୟ ବିକ୍ରମ ସ୍ବାଇଁ କହିଲେ, ଆମେ କ୍ୟାପିଟାଲ ହସ୍ପିଟାଲ ଯାଇ ଦେଖିଲୁ, ରୋଗୀମାନେ ବିଏସ୍‌କେୱାଇ ସେବାରୁ ବଞ୍ଚତ୍ତ ହେଉଛନ୍ତି। ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି ସ୍ବାଇଁ କହିଥିଲେ। ଓଡ଼ିଶାର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ନାଁରେ ହୋଇଥିବା ଯୋଜନାକୁ ବନ୍ଦ କରିବାକୁ ଦିଆଯିବ ନାହିଁ ବୋଲି ଇଣ୍ଡିଆ ମେଣ୍ଟର ସବୁ ଦଳ ଏକ ସ୍ବରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri