ଗଜପତି ଜିଲାର ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା

ଗଜପତି, ୨୫ା୧(ଗିରିଧାରୀ ପରିଛା): ଗଜପତି ଜିଲାରେ ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳୀୟ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ସାଂଗଠନିକ ଦାୟିତ୍ବ ଘୋଷାଣା କରିଚାଲିଛନ୍ତି । ରବିବାର ଜିଲା ବିଜୁ ଯୁବ ଜନତା ଦଳର ସଭାପତି ଏବଂ ବିଜୁ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା କରିଛନ୍ତି । ଯୁବ ବିଜେଡି ସଭାପତି ଭାବେ ଲେଙ୍କା ସିମାଦ୍ରୀଙ୍କୁ ଚୟନ କରିଥିବା ବେଳେ ଛାତ୍ର ବିଜେଡି ସଭାପତି ଭାବେ ବିଶ୍ବଜିତ୍ ତ୍ରିପାଠୀଙ୍କ ନାମ ଘୋଷଣା ହୋଇଛି । ରବିବାର ଏନେଇ ବିଜେଡି ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଦ୍ବାରା କାର୍ଯ୍ୟାଳୟ ଆଦେଶ ପ୍ରକାଶିତ ଚିଠି ପ୍ରକାରେ ଜଣାପଡିଛି ।

ଆଗାମୀ ଦିନରେ ଦଳକୁ ଅଧିକା ଶସକ୍ତି କରିବାକୁ ହେଲେ ବିଶେଷ କରି ଯୁବ ଓ ଛାତ୍ର ସଂଗଠନର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଏନେଇ ଉଭୟେ ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇବା ସହ ଏପରି ଗୁରୁଦାୟିତ୍ବକୁ ସୂଚାରୁରୂପେ ତୁଲାଇବୁ ବୋଲି କହିଛନ୍ତି । ପ୍ରକାଶ ଯେ ଗଜପତି ଜିଲ୍ଲା ବିଜୁ ଛାତ୍ର ଜନତା ଦଳର ସଭାପତି ତିନିଥର ଛାତ୍ର ସଭାପତି ଭାବେ ଚୟନ ହୋଇଛନ୍ତି । ସେହିପରି ଲେଙ୍କା ସିମାଦ୍ରି ଦୀର୍ଘ ବର୍ଷ ଧରି ବିଜେଡିରେ ଜଣେ କର୍ମକର୍ତ୍ତା ଭାବେ ରହିଆସିଥିବା ବେଳେ ଚଳିତ ଥର ଯୁବ ବିଜେଡି ସଭାପତି ଭାବେ ଚୟନ ହୋଇଛନ୍ତି । ଉଭୟଙ୍କୁ ଜିଲା ବିଜେଡି ସଭାପତି ପ୍ରଦୀପ ନାୟକ, ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ, ଜିଲା ପରିଷଦ ସଭାପତି ଜି.ତିରୁପତି ରାଓ, ପାରଳାଖେମୁଣ୍ଡି ପୌରାଧ୍ୟକ୍ଷା ନିର୍ମଳା ସେଠୀ ପ୍ରମୁଖଙ୍କ ସମେତ ଜିଲା ବିଜେଡି ନେତୃବୃନ୍ଦଙ୍କ ସମେତ ସମସ୍ତ ନେତା ଓ କର୍ମକର୍ତ୍ତାମାନେ ଶୁଭେଚ୍ଛା ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଦୁଅରେ ଫସି ହନ୍ତସନ୍ତ ହେଲା ଦନ୍ତା: ସାଥୀ ହାତୀ ଶୁଣ୍ଢରେ ଟାଣି କଲା ଉଦ୍ଧାର

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଏକ ଅଭାବନୀୟ ଏବଂ ମର୍ମସ୍ପର୍ଶୀ ଦୃଶ୍ୟ ଦେଖିବାକୁ ମିଳିଛି। ବୁଧବାର ଦିନ…

ବୈତରଣୀ ନଦୀରେ ପକାଇଥିଲେ ଜାଲ, ପଡ଼ିଲା ୨୨୦ କେଜି ଓଜନର ବିଶାଳ ମାଛ

ପାଟଣା,୨୯।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କପୁଣ୍ଡି ଗ୍ରାମର ରୁଗୁଡ଼ିଭାଡ଼ି ସାହି ନିକଟ ଦେଇ ପ୍ରବାହିତ ବୈତରଣୀ ନଦୀରେ ଏକ ବଡ଼ଧରଣର…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ସଫା ହୋଇନାହିଁ ଘୋଡ଼ାହାଡ଼ ଡ୍ୟାମ ଶାଖା କେନାଲ: ଖରିଫ ଚାଷ ପାଇଁ ମିଳୁନି ପାଣି, ଆନ୍ଦୋଳନ ପାଇଁ…

ଦିଗପହଣ୍ଡି, ,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟର ପ୍ରଶାସନିକ ଅବହେଳା କାରଣରୁ ଅଞ୍ଚଳର ଚାଷୀମାନେ ଗଭୀର ସମସ୍ୟାର ସମ୍ମୁଖୀନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri