ପୈତୃକ ଗ୍ରାମରେ ବିଜୁବାବୁଙ୍କ ନାଁରେ ମ୍ୟୁଜିୟମ୍‌ ଦାବି

ଭଞ୍ଜନଗର,୫।୩(ଡି.ଏନ.ଏ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମାର୍ଚ୍ଚ ୫ରେ ସାରା ରାଜ୍ୟବ୍ୟାପୀ ପାଳନ ହେଉଥିବା ବେଳେ ତାଙ୍କ ପୈତୃକ ଗ୍ରାମ ଗଞ୍ଜାମ ଜିଲା ଭଞ୍ଜନଗର ସହରଠାରୁ ମାତ୍ର ୩ କିମି ଦୂର ଘୁମୁସର ନୂଆଁଗାସ୍ଥିତ ବାସଭବନରେ ମଧ୍ୟ ଜୟନ୍ତୀ ପାଳନ ନେଇ ପ୍ରସ୍ତୁତି ହୋଇଛି। ସମ୍ପର୍କୀୟ ପୁତୁରା ପ୍ରମୋଦ ପଟ୍ଟନାୟକଙ୍କ ନେତୃତରେ ଗ୍ରାମର ଶିଶୁମାନଙ୍କୁ ଖାତା, କଲମ ବଣ୍ଟନ କରାଯିବ। ସେହିଭଳି ବାଉଁଶଲୁଣ୍ଡି ବିଜୁ ପଟ୍ଟନାୟକ ଛକରେ ଥିବା ବିଜୁ ସ୍ମୃତି ସଂସଦ ପକ୍ଷରୁ ଜୟନ୍ତୀ ପାଳନ କରାଯିବ। ବ୍ଲକ ବିଜେଡ଼ି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନଙ୍କ ନେତୃତରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ତେବେ ନୂଆଗଁା ସହିତ ବିଜୁବାବୁଙ୍କ ସମ୍ପର୍କ ଅତି ନିବିଡ଼ ଥିବାରୁ ସେଠାରେ ବିଜୁବାବୁଙ୍କ ନାମରେ ଏକ ମ୍ୟୁଜିୟମ ସ୍ଥାପନ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ବିଜୁବାବୁଙ୍କ ପୈତୃକ ଗ୍ରାମରେ ତାଙ୍କ ପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୩ ଜାନୁୟାରୀ ୧୮ରେ ବିଜୁ ବାବୁଙ୍କ ନାମିତ ପାଠାଗାରକୁ ଉଦ୍‌ଘାଟନ କରିଥିଲେ। ବିଜୁବାବୁଙ୍କ ବାପା ଲକ୍ଷ୍ମୀନାରାୟଣ ପଟ୍ଟନାୟକ ୧୮୭୫ ଜୁଲାଇ ୧ରେ ଭଞ୍ଜନଗରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମାତାଙ୍କ ନାମ ଥିଲା ଆଶାଲତା ଦେବୀ। ବିଜୁବାବୁ କଟକରେ ଜନ୍ମ ଗ୍ରହଣ କରିଥିଲେ ମଧ୍ୟ ଭଞ୍ଜନଗର ଗସ୍ତରେ ଆସିବା ସମୟରେ ପୈତୃକ ବାସଭବନକୁ ଯାଇ ବିଶ୍ରାମ ନେଉଥିଲେ। ତେଣୁ ପୈତୃକ ଗ୍ରାମରେ ଏକ ମ୍ୟୁଜିୟମ୍‌ ସ୍ଥାପନ କରିବା ପାଇଁ ଭଞ୍ଜନଗର ବାର୍‌ ଆସୋସିଏଶନ ସଭାପତି ତଥା ନୂଆଗଁାବାସୀ ସନ୍ତୋଷ ନାୟକଙ୍କ ସମେତ ଅଞ୍ଚଳବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri