ପାଟଣାରେ ବିଜୁବାବୁଙ୍କ ଜୟନ୍ତୀ

ପାଟଣା,୫ା୩(ସ୍ବ.ପ୍ର.): ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ ପାଳନ କରାଯାଇଛି। ଏହି ଅବସରରେ ରବିବାର କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଟଣା ବ୍ଲକ ମୁଖ୍ୟାଳୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ଲକ ବିଜେଡି ପକ୍ଷରୁ ଅନ୍ତେବାସୀ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଛି। ଏଥିରେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକ,ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ,ବ୍ଲକ ବିଜେଡି ସଭାପତି ମାଧବାଧନନ୍ଦ ପୃଷ୍ଟି, ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ଭଞ୍ଜ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ, ୨୩ ନମ୍ବର ଜୋନ୍‌ ଜିଲାପରିଷଦ ସଦସ୍ୟା ରୁନୁ ମହାନ୍ତ, ବଡ଼ପାଟଣା ସରପଞ୍ଚ ବିନତୀ ବାନରା, ମୂଷାଖରୀ ସରପଞ୍ଚ ଭାମାମଣି ଦାସ, ପଟଣା ସମିତିସଭ୍ୟ ମୋହନ ସୁନ୍ଦର ମହାନ୍ତ, ବିଜେଡି ନେତା ସତ୍ୟାନନ୍ଦ ବେହେରା, ଭୂତ ମହାନ୍ତ ବିଜେଡି ବ୍ଲକ ମିଡିଆ ସେଲ୍‌ ସଂଯୋଜକ କାମିନୀକାନ୍ତ ଦ୍ବିବେଦୀ,କଣ୍ଟିଆପଡ଼ା ସମିତିସଭ୍ୟା ସଞ୍ଜୁଲତା ମହାନ୍ତ ପ୍ରମୁଖ ସାମିଲ ହୋଇଥିଲେ। ସାହାରପଡ଼ା ବ୍ଲକ ମୁଖ୍ୟାଳୟରେ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ଏକ ବିରାଟ ସାଇକେଲ ରାଲି ବାହାରି ବ୍ଲକ କାର୍ଯ୍ୟାଳୟ ଦେଇ ହଳଦୀ ବଟା ଛକରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri