ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ସବୁ ପ୍ରତୀକ୍ଷାର ଆଜି ଅନ୍ତ ଘଟିଛି। ବିଜୁବାବୁଙ୍କ ଜୟନ୍ତୀରେ ତାଙ୍କର ପ୍ରିୟ ଡାକୋଟାକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ବିମାନବନ୍ଦର ପରିସରରେ ‘ଡାକୋଟା’ ଲୋକାର୍ପିତ ହୋଇଛି। ଆଜିଠୁ ବିଜୁ ବାବୁଙ୍କ ପ୍ରିୟ ଡାକୋଟାକୁ ରାଜ୍ୟବାସୀ ଦେଖିବାର ସୁଯୋଗ ପାଇବେ।

ସୂଚନାଯୋଗ୍ୟ, ଏହି ବିମାନ କୋଲକାତା ବିମାନ ବନ୍ଦରରେ ବର୍ଷ ବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ଥିଲା। ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହାକୁ ଭୁବନେଶ୍ବର ବିମାନ ବନ୍ଦରକୁ ଅଣା ଯାଇ ମରାମତି କରାଯାଇ ସମ୍ପୂର୍ଣ୍ଣ ନୂଆ ରୂପରେ ପ୍ରଦର୍ଶନ କରାଯାଇଛି।

ଏହି ବିମାନରେ ରହିଛି ବିଜୁ ବାବୁଙ୍କର, ଜଣେ ଅଦମ୍ୟ ସାହସୀ ଓଡ଼ିଆ ଯୁବକଙ୍କର ବୀରତ୍ୱ ଏବଂ ପରାକାଷ୍ଠା ର କାହାଣୀ। ଏହି ବିମାନରେ ବିଜୁ ବାବୁ, ତାଙ୍କ ସ୍ତ୍ରୀ ଜ୍ଞାନ ପଟ୍ଟନାୟକଙ୍କ ସହିତ ଇଣ୍ଡୋନେସିଆ ଯାଇ ସେଠାକାର ସ୍ବାଧୀନତା ସଂଗ୍ରାମୀମାନଙ୍କୁ ଡଚମାନଙ୍କ କବଳରୁ ମୁକ୍ତ କରି ଭାରତ ଆଣିଥିଲେ। ସେ କାହାଣୀ ଆଜି ସମସ୍ତେ ଜାଣନ୍ତି। କିନ୍ତୁ ଆଜିଠାରୁ ସେହି ଐତିହାସିକ ଘଟଣାର ଜୀବନ୍ତ ସାକ୍ଷୀକୁ ଦେଖିବାର ସୁଯୋଗ ପାଇବେ ଓଡ଼ିଶା ବାସୀ, ଦେଶ ବାସୀ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ବିମାନ ଏବେ ଯୁଗ ଯୁଗ ଧରି ଓଡ଼ିଆମାନଙ୍କୁ ସାହସ,ବୀରତ୍ୱ ଓ ଦେଶ ପାଇଁ ସମର୍ପଣ ଭାବର ବାର୍ତ୍ତା ଦେଇ ଚାଲିବ। ବିଶ୍ୱବାସୀଙ୍କ ସମ୍ମୁଖରେ ଓଡ଼ିଶାର ମର୍ଯ୍ୟାଦାକୁ ପ୍ରତିଷ୍ଠିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri