‘ଓଡ଼ିଶାକୁ ଶ୍ରେଷ୍ଠ କରିବା ବିଜୁବାବୁଙ୍କ ଲକ୍ଷ୍ୟ ଥିଲା’

ଭୁବନେଶ୍ୱର, ୬।୩(ବ୍ୟୁରୋ): ମହାନ୍‌ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ କେବଳ ଜଣେ ମହାନ ବ୍ୟକ୍ତି ନ ଥିଲେ, ସେ ଥିଲେ ଏକ ଚିନ୍ତାଧାରା। ତାଙ୍କ ଦେଶଭକ୍ତି, ଜାତିପ୍ରୀତି, ସାହସ ଓ ସେବାର ତୁଳନା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ସୂଚନା ଭବନଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଉଭୟ ମଞ୍ଚ ଓ ଭର୍ଚ୍ଚୁଆଲ୍‌ରେ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କହିଲେ, ଓଡ଼ିଶାକୁ ପ୍ରତି କ୍ଷେତ୍ରରେ ଶ୍ରେଷ୍ଠ ରାଜ୍ୟ କରିବା ବିଜୁବାବୁଙ୍କର ଏକମାତ୍ର ଲକ୍ଷ୍ୟ ଥିଲା। ସେ କ୍ଷମତାରେ ବେଶି ଦିନ ନ ଥିଲେ ମଧ୍ୟ ଲୋକଙ୍କ ହୃଦୟରେ ସବୁଦିନ ପାଇଁ ରହିଯାଇଛନ୍ତି। ଓଡ଼ିଶା ଆଜି ବିଭିନ୍ନ କ୍ଷେତ୍ରରେ ଦୃଶ୍ୟମାନ ଉନ୍ନତି ଆଣିପାରିଛି। ସାଧାରଣ ବଣ୍ଟନ ବ୍ୟବସ୍ଥା ହେଉ ବା ବିପର୍ଯ୍ୟୟ ପରିଚାଳନା, ପୁଞ୍ଜିନିବେଶ ବା ଭିତ୍ତିଭୂମି ବିକାଶ-ସବୁକ୍ଷେତ୍ରରେ ଆଜି ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ସାମାଜିକ ନିରାପତ୍ତା, କ୍ରୀଡ଼ା ଆଦି ପ୍ରତି କ୍ଷେତ୍ରରେ ଆମ ରାଜ୍ୟ ସ୍ବତନ୍ତ୍ର ସ୍ଥାନ ପାଇଛି। ବିଜୁବାବୁଙ୍କ ସ୍ବପ୍ନର ଓଡ଼ିଶା ପାଇଁ ଆମକୁ ବିଶ୍ୱ ମାନଦଣ୍ଡରେ ଚିନ୍ତା କରିବାକୁ ପଡ଼ିବ। ଛୋଟ ଛୋଟ କଥାକୁ ଭୁଲି ବଡ଼ ଲକ୍ଷ୍ୟ, ବଡ଼ ସ୍ବପ୍ନ ନେଇ କାମ କଲେ ତାହା ହେବ ବିଜୁବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଉତ୍ସବରେ ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗଦେଇ ବିଜୁ ପଟ୍ଟନାୟକଙ୍କୁ ଜଣେ ବିରଳ ଐତିହାସିକ ବ୍ୟକ୍ତିତ୍ୱ ଭାବେ ଚିତ୍ରଣ କରିବା ସହ ତାଙ୍କ ପରି କ୍ବଚିତ ସାହସୀ ବ୍ୟକ୍ତି ଦେଖିବାକୁ ମିଳନ୍ତି ବୋଲି କହିଥିଲେ। ଜଳସମ୍ପଦ ତଥା ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଲେ, ବିଜୁ ପଟ୍ଟନାୟକ ଥିଲେ ଓଡ଼ିଶାର ପୁରପଲ୍ଲୀର ଜନନେତା। ସ୍ବାଧୀନତା ସଂଗ୍ରାମ, ଇଂରେଜଙ୍କ ପ୍ରତି ଲଢ଼ୁଆ ମନୋଭାବ, ଗୁପ୍ତରେ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ଥାନାନ୍ତର କରିବାଠାରୁ ସୀମା ସୁରକ୍ଷା ଆଦି ପ୍ରତିଟି କାର୍ଯ୍ୟ ସାହସିକତାର ସହ କରିପାରିଥିଲେ। ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସମ୍ପାଦକ ଡ. ଲେନିନ୍‌ ମହାନ୍ତି ଆନ୍ତର୍ଜାତିକ ସ୍ତରରେ ବିଜୁବାବୁଙ୍କ ପ୍ରଭାବ ସମ୍ପର୍କରେ କହିଥିବାବେଳେ ବିଶିଷ୍ଟ ଶିକ୍ଷାବିତ୍‌ ପ୍ରଫେସର ସୂର୍ଯ୍ୟନାରାୟଣ ମିଶ୍ର କହିଲେ, ବିଜୁ ପଟ୍ଟନାୟକ ଜଣେ ଭିନ୍ନ ଦୃଷ୍ଟଭଙ୍ଗୀର ମଣିଷ ଥିଲେ। ସେ ଜଣେ ରାଜନୀତିଜ୍ଞ ନୁହନ୍ତି, ଜଣେ ରାଷ୍ଟ୍ରନୀତିଜ୍ଞ ଭାବେ ଓଡ଼ିଶାର ରାଜନୀତି, ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ସହ ଦେଶର ସୁରକ୍ଷା ଏବଂ ଭିତ୍ତିଭୂମିର ଉନ୍ନତି ପାଇଁ ଉଦମତ୍ତା ସହ କାର୍ଯ୍ୟ କରିଥିଲେ। ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସ୍ବାଗତ ଭାଷଣ ଓ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ ଧନ୍ୟବାଦ ଦେଇଥିଲେ। ପୂର୍ବାହ୍ନରେ ମନ୍ତ୍ରୀ ରଘୁନନ୍ଦନ ଦାସ ସୂଚନା ଭବନ ପରିସରରେ ବିଜୁ ପଟ୍ଟନାୟକଙ୍କ ଜୀବନୀ ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ। ସୂଚନା ଓ ଲୋକସମ୍ପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri