‘ଓଡ଼ିଶାକୁ ଶ୍ରେଷ୍ଠ କରିବା ବିଜୁବାବୁଙ୍କ ଲକ୍ଷ୍ୟ ଥିଲା’

ଭୁବନେଶ୍ୱର, ୬।୩(ବ୍ୟୁରୋ): ମହାନ୍‌ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ କେବଳ ଜଣେ ମହାନ ବ୍ୟକ୍ତି ନ ଥିଲେ, ସେ ଥିଲେ ଏକ ଚିନ୍ତାଧାରା। ତାଙ୍କ ଦେଶଭକ୍ତି, ଜାତିପ୍ରୀତି, ସାହସ ଓ ସେବାର ତୁଳନା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ସୂଚନା ଭବନଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଉଭୟ ମଞ୍ଚ ଓ ଭର୍ଚ୍ଚୁଆଲ୍‌ରେ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କହିଲେ, ଓଡ଼ିଶାକୁ ପ୍ରତି କ୍ଷେତ୍ରରେ ଶ୍ରେଷ୍ଠ ରାଜ୍ୟ କରିବା ବିଜୁବାବୁଙ୍କର ଏକମାତ୍ର ଲକ୍ଷ୍ୟ ଥିଲା। ସେ କ୍ଷମତାରେ ବେଶି ଦିନ ନ ଥିଲେ ମଧ୍ୟ ଲୋକଙ୍କ ହୃଦୟରେ ସବୁଦିନ ପାଇଁ ରହିଯାଇଛନ୍ତି। ଓଡ଼ିଶା ଆଜି ବିଭିନ୍ନ କ୍ଷେତ୍ରରେ ଦୃଶ୍ୟମାନ ଉନ୍ନତି ଆଣିପାରିଛି। ସାଧାରଣ ବଣ୍ଟନ ବ୍ୟବସ୍ଥା ହେଉ ବା ବିପର୍ଯ୍ୟୟ ପରିଚାଳନା, ପୁଞ୍ଜିନିବେଶ ବା ଭିତ୍ତିଭୂମି ବିକାଶ-ସବୁକ୍ଷେତ୍ରରେ ଆଜି ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ସାମାଜିକ ନିରାପତ୍ତା, କ୍ରୀଡ଼ା ଆଦି ପ୍ରତି କ୍ଷେତ୍ରରେ ଆମ ରାଜ୍ୟ ସ୍ବତନ୍ତ୍ର ସ୍ଥାନ ପାଇଛି। ବିଜୁବାବୁଙ୍କ ସ୍ବପ୍ନର ଓଡ଼ିଶା ପାଇଁ ଆମକୁ ବିଶ୍ୱ ମାନଦଣ୍ଡରେ ଚିନ୍ତା କରିବାକୁ ପଡ଼ିବ। ଛୋଟ ଛୋଟ କଥାକୁ ଭୁଲି ବଡ଼ ଲକ୍ଷ୍ୟ, ବଡ଼ ସ୍ବପ୍ନ ନେଇ କାମ କଲେ ତାହା ହେବ ବିଜୁବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଉତ୍ସବରେ ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗଦେଇ ବିଜୁ ପଟ୍ଟନାୟକଙ୍କୁ ଜଣେ ବିରଳ ଐତିହାସିକ ବ୍ୟକ୍ତିତ୍ୱ ଭାବେ ଚିତ୍ରଣ କରିବା ସହ ତାଙ୍କ ପରି କ୍ବଚିତ ସାହସୀ ବ୍ୟକ୍ତି ଦେଖିବାକୁ ମିଳନ୍ତି ବୋଲି କହିଥିଲେ। ଜଳସମ୍ପଦ ତଥା ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଲେ, ବିଜୁ ପଟ୍ଟନାୟକ ଥିଲେ ଓଡ଼ିଶାର ପୁରପଲ୍ଲୀର ଜନନେତା। ସ୍ବାଧୀନତା ସଂଗ୍ରାମ, ଇଂରେଜଙ୍କ ପ୍ରତି ଲଢ଼ୁଆ ମନୋଭାବ, ଗୁପ୍ତରେ ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ଥାନାନ୍ତର କରିବାଠାରୁ ସୀମା ସୁରକ୍ଷା ଆଦି ପ୍ରତିଟି କାର୍ଯ୍ୟ ସାହସିକତାର ସହ କରିପାରିଥିଲେ। ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସମ୍ପାଦକ ଡ. ଲେନିନ୍‌ ମହାନ୍ତି ଆନ୍ତର୍ଜାତିକ ସ୍ତରରେ ବିଜୁବାବୁଙ୍କ ପ୍ରଭାବ ସମ୍ପର୍କରେ କହିଥିବାବେଳେ ବିଶିଷ୍ଟ ଶିକ୍ଷାବିତ୍‌ ପ୍ରଫେସର ସୂର୍ଯ୍ୟନାରାୟଣ ମିଶ୍ର କହିଲେ, ବିଜୁ ପଟ୍ଟନାୟକ ଜଣେ ଭିନ୍ନ ଦୃଷ୍ଟଭଙ୍ଗୀର ମଣିଷ ଥିଲେ। ସେ ଜଣେ ରାଜନୀତିଜ୍ଞ ନୁହନ୍ତି, ଜଣେ ରାଷ୍ଟ୍ରନୀତିଜ୍ଞ ଭାବେ ଓଡ଼ିଶାର ରାଜନୀତି, ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ସହ ଦେଶର ସୁରକ୍ଷା ଏବଂ ଭିତ୍ତିଭୂମିର ଉନ୍ନତି ପାଇଁ ଉଦମତ୍ତା ସହ କାର୍ଯ୍ୟ କରିଥିଲେ। ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସ୍ବାଗତ ଭାଷଣ ଓ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀ ଧନ୍ୟବାଦ ଦେଇଥିଲେ। ପୂର୍ବାହ୍ନରେ ମନ୍ତ୍ରୀ ରଘୁନନ୍ଦନ ଦାସ ସୂଚନା ଭବନ ପରିସରରେ ବିଜୁ ପଟ୍ଟନାୟକଙ୍କ ଜୀବନୀ ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ। ସୂଚନା ଓ ଲୋକସମ୍ପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri