‘ଓଡ଼ିଶାରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁବାବୁଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ବିଜେଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଦଳର ଜିଲା କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର ଅଧ୍ୟକ୍ଷତା କରିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ବରିଷ୍ଠ ବିଜେଡି ନେତା ଅଚ୍ୟୁତାନନ୍ଦ ମହାପାତ୍ର, ଭୀଷ୍ମଦେବ ସରାଫ, ପୌର ଅଧ୍ୟକ୍ଷା କଳ୍ପନା ମାଝୀ, ଉପାଧ୍ୟକ୍ଷ ରାଜେଶ ଅଗ୍ରଓ୍ବାଲ୍‌, ଟାଉନ ବିଜେଡି ସଭାପତି କିଶୋର ମିଶ୍ର , ବ୍ଲକ ବିଜେଡି ସଭାପତି ପ୍ରଫୁଲ୍ଲ କୁମାର ନାଏକ, ଜିଲା ଛାତ୍ର ବିଜେଡି ସଭାପତି କରନ ସିକନ୍ଦର ଜିତୁ ଭୋଇ, ଅରୁଣ ପ୍ରଧାନ, ରବି ସାହୁ, ସୁଶାନ୍ତ ମିଶ୍ର, ସୁରୁ ପଧାନ, ବେଲାର ମେହେର, ନିରଞ୍ଜନ ମଲ୍ଲିକ, ଭରତ ମହାନ୍ତି, ଲୁଲୁ ଦଲେଇଙ୍କ ସମେତ ପୌର ପରିଷଦର ସମସ୍ତ କାଉନସିଲର ଓ ବିଜେଡିର ସାଂଗଠନିକ ନେତୃ ମଣ୍ଡଳୀ ଉପସ୍ଥିତ ରହି ବିଜୁବାବୁଙ୍କ ସ୍ମୃତି ଚାରଣ କରି ତାଙ୍କୁ ଓଡ଼ିଆ ଜାତିର ଗର୍ବ ଓ ଗୌରବ ବୋଲି ଅଭିହିତ କରିଥିଲେ। ପଞ୍ଚାୟତିରାଜ ବ୍ୟବସ୍ଥାକୁ ଓଡ଼ିଶାରେ ସୁଦୃଢ଼ କରିବାରେ ବିଜୁବାବୁଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ବେଳେ ଓଡ଼ିଶାରେ ୧୯୯୩ରୁ ତାଙ୍କ ଜନ୍ମ ଦିବସକୁ ପଞ୍ଚାୟତିରାଜ ଦିବସ ଭାବେ ପାଳିତ ହୋଇ ଆସୁଥିଲା। ମାତ୍ର ବେଳେ ରାଜ୍ୟର ଭାଜପା ସରକାର ଚଳିତ ବର୍ଷ ମାର୍ଚ୍ଚ ୫ ତାରିଖ ବିଜୁବାବୁଙ୍କ ଜନ୍ମଦିନରେ ପାଳିତ ହେଉଥିବା ପଞ୍ଚାୟତିରାଜ ଦିବସକୁ ବାତିଲ କରିବା ଅତ୍ୟନ୍ତ ହୀନ ମାନସିକତା ବୋଲି ବିଜେଡି ନେତୃମଣ୍ଡଳୀ କହି ରାଜ୍ୟର ଭାଜପା ସରକାରକୁ କଟୁ ସମାଲୋଚନା କରିଥିଲେ। ଏହି ପ୍ରସଙ୍ଗରେ ବିଜେଡି ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସେମାନେ ଚେତାବନୀ ଦେଇଥିଲେ। ଏହି ଅବସରରେ ବିଜେଡି ନେତୃମଣ୍ଡଳୀ ଓ ଦଳୀୟ କର୍ମୀ ଏକ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତରେ ପୁଷ୍ପ ମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ସେହିପରି ବରଗଡ଼ ନାଗରିକ ମଞ୍ଚ ପକ୍ଷରୁ ମଧ୍ୟ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ନୂଆ ଓଡ଼ିଶାର ବିଶ୍ୱକର୍ମା ଭାବେ ପରିଚିତ, ରାଜନୀତି, ଶିଳ୍ପ ବିପ୍ଳବ, ପଞ୍ଚାୟତିରାଜ ବ୍ୟବସ୍ଥା କ୍ଷେତ୍ରରେ ବିଜୁ ବାବୁଙ୍କ ଅତୁଳନୀୟ ଭୂମିକା ରହି ଆସିଛି।ତେଣୁ ଏହି ଯୁଗଜନ୍ମାଙ୍କ ସ୍ମୁତି ଆଜି ମଧ୍ୟ ଓଡିଶାବାସୀଙ୍କୁ ପ୍ରେରଣା ଦେଇ ଆସୁଛି ବୋଲି ଭବାନୀ ସାହୁ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ଉପନଗରପାଳ ଭରତ ମହାନ୍ତି, ଶିଳ୍ପୀ ରାଜେନ୍ଦ୍ର ସିକନ୍ଦର, ଶିବାନନ୍ଦ ମଟାରୀ, ଶୟନ ପଣ୍ଡା, ଟିଙ୍କୁ ନନ୍ଦ, ପବିତ୍ର ଦେହେରି, ଗୋବିନ୍ଦ ଶର୍ମା, ଜି.ଭି ରାଓ,ନିରଞ୍ଜନ ବାରିକ, ଲତିଫ ଖାନ, ଦେବାନନ୍ଦ ପଣ୍ଡା, ସୁବାଷ ପଧାନ, ଲୋକନାଥ ପ୍ରଧାନ, ଲାଲା ଦୀପ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri