ବିଜୁଙ୍କ ଫଟୋ ଆଉଟ୍‌: ଅଜୟ କୁମାର

ଭୁବନେଶ୍ୱର, ୨୪।୧(ଅସମାପିକା ସାହୁ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସ କାର୍ଯ୍ୟାଳୟରେ ଦଳ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଅଜୟ କୁମାର କହିଛନ୍ତି, ରାଜ୍ୟର ବିଭିନ୍ନ ସ୍ଥାନ ବୁଲିବା ସମୟରେ ବିଜେଡି ପୋଷ୍ଟରରୁ ବିଜୁ ପଟ୍ଟନାୟକଙ୍କ ଫଟୋକୁ ବାଦ୍‌ ଦିଆଯିବା ଦେଖିବାକୁ ପାଇଛନ୍ତି। ବିଜୁଙ୍କ ଜାଗାରେ ଏବେ ପାଣ୍ଡିଆନଙ୍କ ଫଟୋ ଲାଗିବା ଦେଖାଗଲାଣି। ଯେପରି ବିଜେଡି ପୋଷ୍ଟରରୁ ବିଜୁଙ୍କ ଫଟୋକୁ ଆଉଟ୍‌ କରି ପାଣ୍ଡିଆନ୍‌ଙ୍କ ଫଟୋକୁ ଇନ୍‌ କରାଯାଉଛି, ତାହା ଦର୍ଶାଉଛି ଯେ କିଛିଦିନ ପରେ ନବୀନଙ୍କ ଫଟୋ ମଧ୍ୟ ହଟିଯିବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ। ସେ ଆହୁରି ମଧ୍ୟ କହିଛନ୍ତି, ବିପକ୍ଷ ଦଳ ହୋଇଥିଲେ ମଧ୍ୟ ବିଜୁବାବୁଙ୍କ ପ୍ରତି ଆମର ସମ୍ମାନ ରହିଛି। ବିଜୁଙ୍କ ଫଟୋ ବାଦ୍‌ ଦିଆଯିବା ଓଡ଼ିଆ ଅସ୍ମିତା ପ୍ରତି ଆଘାତ ବୋଲି ସେ କହିଛନ୍ତି।
ଆସନ୍ତା ୨୯ ତାରିଖରେ ଓଡ଼ିଆଙ୍କ ଅସ୍ମିତା ପାଇଁ ହେଉଥିବା ଲଢ଼େଇରେ ଅଖିଳ ଭାରତ କଂଗ୍ରେସ କମିଟିର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସାମିଲ ହେବେ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରତିଟି ସ୍ବାଭିମାନୀ ଓଡ଼ିଆଙ୍କୁ ସାମିଲ ହେବା ପାଇଁ ନିବେଦନ କରାଯାଉଛି। କଂଗ୍ରେସ ହିଁ ରାଜ୍ୟର ପ୍ରମୁଖ ବିରୋଧୀ ଦଳ। କଂଗ୍ରେସକୁ ଏକ ସଶକ୍ତ ବିକଳ୍ପ ରାଜନୈତିକ ଦଳ ଭାବେ ଆଗକୁ ଆଣିବା ପାଇଁ ଦଳରେ ଯୋଗଦେବାକୁ ଇଚ୍ଛୁକ ସମସ୍ତ ନେତା ଓ କର୍ମୀଙ୍କୁ ସ୍ବାଗତ କରାଯିବ ବୋଲି ଅଜୟ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri