ଗଞ୍ଜାମରେ ଗଡ଼ିଲା ବିକାଶ ବାହନ

ଛତ୍ରପୁର,୧୨ା୬(ଦିଲ୍ଲୀପ ସାମଲ): ରାଜ୍ୟରେ ମୋହନ ସରକାରଙ୍କ ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଗୁରୁବାର ରାଜ୍ୟବ୍ୟାପୀ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲାର ମୁଖ୍ୟାଳୟ ତଥା ଜିଲାପାଳଙ୍କ କାର୍ଯ୍ୟାଳୟରେ ଏହି ସୁସଜ୍ଜିତ ବିକାଶ ବାହନକୁ ବ୍ରହ୍ମପୁର ଏମ୍‌ପି ଡଃ ପ୍ରଦୀପ କୁମାର ପାଣିଗ୍ରାହୀ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ଗଞ୍ଜାମ ଜିଲାପରିଷଦର ସିଡିଓ ମଧୁମିତା, ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ପ୍ରମୁଖ ଯୋଗଦେଇ ବିକାଶ ବାହନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ବିକାଶ ବାହନ ସରକାରଙ୍କ ବିକାଶ କଥା ନେଇ ଗାଁରୁ ଗାଁକୁ ଏବଂ ସହରକୁ ସହର ବୁଲିବ। ସରକାରଙ୍କ ସମସ୍ତ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବା ସହ ସଚେତନତା ସୃଷ୍ଟି କରିବ। ଆଜିଠୁ ଜୁନ୍‌ ୨୧ଯାଏ ଜିଲାର ସମସ୍ତ ଅଞ୍ଚଳ ଏହି ବାହନ ବୁଲିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri