ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ: ଗାଁ ଗାଁରେ ହେବ ଉନ୍ନୟନମୂଳକ କାର୍ଯ୍ୟ, ଲୋକେ ଉତ୍ସାହିତ

ଦାରିଙ୍ଗବାଡି, ୫।୨ (ଅରୁଣ ସାହୁ): ସାରା ରାଜ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ମଧ୍ୟ ଏହି କାର୍ଯ୍ୟକ୍ରମକୁ ଅଞ୍ଚଳବାସୀ, ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସରେ ଦେଖିବାକୁ ସୁଯୋଗ ପାଇଛନ୍ତି। ଏହି କାର୍ଯ୍ୟକ୍ରମକୁ ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର ରଥ, ଏପିଓ କେଦାର ଚନ୍ଦ୍ର ପଣ୍ଡା, କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦାରିଙ୍ଗବାଡି ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ ଉପସ୍ଥିତ ଥିଲେ। ସେହିପରି ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନଙ୍କ ଦାରିଙ୍ଗବାଡି ପ୍ରତିନିଧି ପିଟର ଦିଗାଲ, ୧୦ ନଂ ଜୋନ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, ସିଡିପିଓ ସନ୍ଧାରାଣୀ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ସମସ୍ତ ଗାଁ ହେବ ବିକଶିତ ଆଉ ଓଡ଼ିଶାର ହେବ ବିକଶିତ। ମୌଳିକ ଭିତ୍ତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ିକରଣ କରାଯିବା ସହ ଆଭ୍ୟନ୍ତରୀଣ ଆନ୍ତଃ ଗ୍ରାମ୍ୟ ସଂଯୋଗୀକରଣ ସହ ଶିକ୍ଷା ଓ କ୍ରୀଡା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକରଣ କରାଯିବ। ଏଥିସହ ଅଭିନ ଭାବେ ଜନ ମଙ୍ଗଳକାରୀ ବହୁମୁଖୀ ପ୍ରକଳ୍ପର ନିର୍ମାଣ କରାଯିବା ଲକ୍ଷ ରଖାଯାଇଛି । ଏହି କ୍ରମରେ ଦାରିଙ୍ଗବାଡି ବ୍ଲକର ୨୫ଟି ପଞ୍ଚାୟତର ବିକାଶ କରାଯିବ। ଏହି ଯୋଜନା ୫ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବା ପର୍ଯ୍ୟନ୍ତ ଗାଁ ଗାଁରେ କଲ୍ୟାଣ ମଣ୍ଡପ, କ୍ଷୁଦ୍ର ପର୍ଯ୍ୟଟନସ୍ଥଳ, ପୂଜାପୀଠ, ଗୋଷ୍ଠୀ ସଭାଗୃହ, ପିଇବାପାଣି, ରାସ୍ତା ଘାଟ, ପୋଖରୀ ଖନନ,ସମେତ ଅନେକ ଉନ୍ନୟନ କାର୍ଯ୍ୟ କରାଯିବ। ଏଥିପାଇଁ ପ୍ରତି ପଞ୍ଚାୟତ ପାଇଁ ଖସଡ଼ା ଓ ଯୋଜନା ପ୍ରସ୍ତୁତି କରାଯାଇଥିବା କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri