କୋକସରାରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମ

କୋକସରା,୫ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାର ଗ୍ରାମାଞ୍ଚଳରେ ପଞ୍ଚାୟତ ସ୍ତରରେ ଭିତ୍ତିଭୂମିର ବିକାଶ ପାଇଁ ଏକ ନୂତନ ରୂପରେଖରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ’ର ଶୁଭ ଉଦ୍‌ଘାଟନ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୁଧବାର ଖୋର୍ଦ୍ଧା ଜିଲାଠାରେ ଉଦ୍‌ଘାଟିତ କରିଛନ୍ତି। ରାଜ୍ୟର ସମସ୍ତ ବ୍ଲକର ବ୍ଲକ କାର୍ଯ୍ୟାଳୟରେ ଭବ୍ୟ ସମାରୋହରେ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି। କଳାହାଣ୍ଡି ଜିଲା କୋକସରା ବ୍ଲକରେ ଆୟୋଜିତ ବିକଶିତ ଗାଁ ବିକଶିତ ଓଡ଼ିଶା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ସିଧା ପ୍ରସାରଣ ଜରିଆରେ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ବେଳେ ଏହାର ସିଧାସଳଖ ପ୍ରସାରଣରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ ଉପସ୍ଥିତ ରହିଥିଲେ। କୋକସରା ବ୍ଲକ ପ୍ରଶାସନ ପକ୍ଷରୁ କୋକସରା ବିଡିଓ ଡ. ହିମାଞ୍ଚଳ ମାଝୀ, ତହସିଲଦାର ନବୀନ କିଶୋର ପାଢ଼ୀ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରଓ୍ବାଲ, ଏମ୍‌ପି ପ୍ରତିନିଧି ପ୍ରମୋଦ କୁମାର ପ୍ରଧାନୀ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ନୂତନ ଯୋଜନାର ଉପକାରିତା ବିଷୟରେ ମତ ଦେଇଥିଲେ। କାର୍ଯ୍ୟକ୍ରମକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା ମଞ୍ଚ ପରିଚାଳନା କରିଥିଲେ। କୋକସରା ମୋଟେର ମଣ୍ଡଳ ସଭାପତି ଧର୍ମବ୍ରତ ପଣ୍ଡା, କୋକସରା ମଣ୍ଡଳ ସଭାପତି ବସନ୍ତ ନାଗ, ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର ସମେତ ଭାଜପାର ଜିଲା ପ୍ରତିନିଧି ଦୁର୍ଗା ପ୍ରଧାନୀ, ଅର୍ଜୁନ ଭାଟି, ମେକ ଇନ ଇଣ୍ଡିଆ ପ୍ରଭାରୀ ହିମାଂଶୁ ପଣ୍ଡା ସମେତ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ, ଯୋଗାଣ ଅଧିକାରୀ, ବିଭିନ୍ନ ପଞ୍ଚାୟତର ପିଇଓ, ଏଡିଓ, ଯୋଗାଣ ସହାୟକ ଓ କର୍ମଚାରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। କୋକସରା ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶତାଧିକ ମହିଳା ପୁରୁଷ ସମେତ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ ମହିଳା କର୍ମଚାରୀ ଓ ସ୍ବୟଂ ସହାୟକ ଗୋଷ୍ଠୀର ମହିଳା, ବ୍ଲକସ୍ତରୀୟ ଭାଜପାର କର୍ମକର୍ତ୍ତାମାନେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ଘାଟିତ କାର୍ଯ୍ୟକ୍ରମକୁ ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?