କୋରାପୁଟରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ଯୋଜନାର ଶୁଭାରମ୍ଭ

କୋରାପୁଟ,୫ା୨(ଅମିତାଭ ବେହେରା): ସମୃଦ୍ଧ ଓଡ଼ିଶାର ନୂତନ ପରିଭାଷା ବିକଶିତ ଗାଁ ବିକଶିତ ଓଡ଼ିଶା ଶୁଭାରମ୍ଭ ହୋଇଯାଇଛି। ବୁଧବାର ଖୋର୍ଦ୍ଧା ଜିଲା ଜଙ୍କିଆଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ କୋରାପୁଟ ପୋଲିସ ପରେଡ୍‌ ପଡ଼ିଆଠାରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା କୋରାପୁଟ ବିଧାୟକ ରଘୁରାମ ମାଛ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ। ଏହି ଯୋଜନା ୫ ବର୍ଷ ପାଇଁ କାର୍ଯ୍ୟକାରୀ ହେବା ସହ ରାଜ୍ୟରେ ୫ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯିବ ବୋଲି ଜଣାପଡ଼ିଛି। ଏଥିରେ ମୌଳିକ ଭିତ୍ତିଭୂମିର ବିକାଶ , ଗ୍ରାମ୍ୟ ସଡ଼କ ସଂଯୋଗୀକରଣ, କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ବିକାଶ, ଶିକ୍ଷା ଓ କ୍ରୀଡ଼ା ଭିତ୍ତିଭୂମିର ସମ୍ପ୍ରସାରଣ ଏବଂ ଜନ ମଙ୍ଗଳକାରୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟକ୍ଷମ କରିବା ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଥିବା ଜଣାପଡ଼ିଛି। କୋରାପୁଟ ଜିଲାପାଳ ଭି କୀର୍ତ୍ତି ଭାସନ, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ , ସୁନାବେଡ଼ା ପୌର ପରିଷଦ ଅଧ୍ୟକ୍ଷ ରାଜେନ୍ଦ୍ର ପାତ୍ର, କୋରାପୁଟ ବ୍ଲକ ଅଧ୍ୟକ୍ଷା ନମିତା ମାଝୀ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର ପ୍ରମୁଖ ଉପସ୍ଥିତ ଥିଲେ। କୋରାପୁଟ ବିଡିଓ ଦେବାଶିଷ ଗୌଡ଼ ଯୋଗଦେଇ ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମ ଜିଲାର ସମସ୍ତ ବ୍ଲକ ସଦରମହକୁମାରେ ମଧ୍ୟ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri