ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି,୩୦ା୧୧(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା ବିରିକୋଟ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଛେଳିଗଡ଼ ଗ୍ରାମର ରେଗନ ବିରୋ(୩୧) ଓ ଦମାଦୁଆ ଗ୍ରାମର ସିନୁ ନାୟକ (୧୭)। ରେଗନଙ୍କ ବାପା ଅଶ୍ୱସନ ବିରୋ, ଦମାଦୁଆ ଗ୍ରାମର ସକିନ ମଲ୍ଲିକ ଓ ସୁମିତ ମାଝିଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି ।
ଛେଳିଗଡ ଗ୍ରାମରୁ ରେଗନ ଓ ତାଙ୍କ ବାପା ଏକ ବାଇକ୍‌ ଯୋଗେ ସମ୍ବଲପୁର ଅଭିମୁଖେ ଯାଉଥିଲେ। ଦମାଦୁଆ ଆଲିଗଣ୍ଡା ମଧ୍ୟରେ ଥିବା ବୁଲାଣି ରାସ୍ତାରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକ୍‌ରେ ଆସୁଥିବା ଶ୍ରୀନୁ, ସକିନ ଓ ସୁମିତଙ୍କ ସହ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲେ। ଫଳରେ ଘଟଣାସ୍ଥଳରେ ରେଗନଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଅନ୍ୟ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମୋହନା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସିନୁଙ୍କ ମୃତ୍ୟୁ ଘଟିଥିଲା। ଅଶ୍ୱସନ, ସକିନ ଓ ସୁମିତଙ୍କୁ ଅଧିକ ଚିକିତ୍ସା ଲାଗି ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଥିଲା। ଅଡ଼ବା ଥାନା ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିଛି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଯାଇଛି । ଏ ନେଇ ଅଡବା ଥାନାରେ ନଂ.୧୨୭/୨୦ରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri