ବାଇକ୍‌ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଦୁଇ ଗୁରୁତର

ଜମନକିରା,୧୫ା୬(ରବୀନ୍ଦ୍ର ପ୍ରସାଦ ଦାନୀ): ଜମନକିରା ଥାନା ଅନ୍ତର୍ଗତ ରାଜରାସ୍ତା ୫୩ ପିଠାମାରେନ ପୋଲ ନିକଟରେ ହୋଇଥିବା ବାଇକ୍‌ ଦୁର୍ଘଟଣାରେ ଦୁଇ ଗୁରୁତରଙ୍କ ବୁଧବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ମଙ୍ଗଳବାର ଅପରାହ୍ନରେ ଜମନକିରା ବ୍ଲକ ମୁଢେନପାଲି ପଞ୍ଚାୟତ ଗୋପିକଟାର ପ୍ରସନ୍ନ ମିର୍ଦ୍ଧା (୨୩) ଏବଂ ବଡ଼ରମା ପଞ୍ଚାୟତ ଉଡ଼ିଶୁଙ୍ଗ ଗାଁର ଯୁଗଳ ପ୍ରଧାନ(୪୮) ଦୁଇଜଣ ମିଶି ଜମନକିରାକୁ ନିଜ ବାଇକ( ଓଡି୧୫ ୬୬୬୩)ରେ କୌଣସି କାମରେ ଆସି ଫେରୁଥିଲେ। ତେବେ ଫେରିବା ବେଳେ ପିଠାମାରେନ ପୋଲ ନିକଟରେ ନିୟନ୍ତ୍ରଣ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଫଳରେ ଗୁରୁତର ଅବସ୍ଥାରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପ୍ରଥମେ ଜମନକିରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଚିକିତ୍ସା କରାଇଥିଲେ। ମାତ୍ର ଅବସ୍ଥା ସଙ୍କଟାପନ୍ନ ଥିବାରୁ ଉଭୟଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ କାଲି ରାତିରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?