ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି,୩୦ା୧୧(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା ବିରିକୋଟ ଗ୍ରାମ ନିକଟରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ଜୀବନ ଯାଇଥିବାବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଛେଳିଗଡ଼ ଗ୍ରାମର ରେଗନ ବିରୋ(୩୧) ଓ ଦମାଦୁଆ ଗ୍ରାମର ସିନୁ ନାୟକ (୧୭)। ରେଗନଙ୍କ ବାପା ଅଶ୍ୱସନ ବିରୋ, ଦମାଦୁଆ ଗ୍ରାମର ସକିନ ମଲ୍ଲିକ ଓ ସୁମିତ ମାଝିଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି ।
ଛେଳିଗଡ ଗ୍ରାମରୁ ରେଗନ ଓ ତାଙ୍କ ବାପା ଏକ ବାଇକ୍‌ ଯୋଗେ ସମ୍ବଲପୁର ଅଭିମୁଖେ ଯାଉଥିଲେ। ଦମାଦୁଆ ଆଲିଗଣ୍ଡା ମଧ୍ୟରେ ଥିବା ବୁଲାଣି ରାସ୍ତାରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକ୍‌ରେ ଆସୁଥିବା ଶ୍ରୀନୁ, ସକିନ ଓ ସୁମିତଙ୍କ ସହ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲେ। ଫଳରେ ଘଟଣାସ୍ଥଳରେ ରେଗନଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଅନ୍ୟ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମୋହନା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସିନୁଙ୍କ ମୃତ୍ୟୁ ଘଟିଥିଲା। ଅଶ୍ୱସନ, ସକିନ ଓ ସୁମିତଙ୍କୁ ଅଧିକ ଚିକିତ୍ସା ଲାଗି ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଥିଲା। ଅଡ଼ବା ଥାନା ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରିଛି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଯାଇଛି । ଏ ନେଇ ଅଡବା ଥାନାରେ ନଂ.୧୨୭/୨୦ରେ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?