ବାଇକ୍‌ ଦୁର୍ଘଟଣା: ଚାଲିଗଲା ୨ ଜୀବନ

ବାଉଁଶୁଣୀ,୧୬।୧୦(ଦେବାଶିଷ ନେପାକ): ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଗୁରୁବାର ଏକ ବାଇକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବାରୁ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁୃ ହୋଇଛି। ମୃତକ ଦ୍ୱୟ ହେଲେ ଶୁଭମ ରାଜହଂସ ଓ ଶୀତଳ ରାଜହଂସ। ଏହି ଦୁର୍ଘଟଣାରେ ଅନ୍ୟ ଜଣେ ମନଜିତ ରାଜହଂସ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବାଉଁଶୁଣୀ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବୌଦ୍ଧ ଜିଲା ଚିକିତ୍ସାଳୟକୁ ପଠାଇଛି। ଏ ନେଇ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚାଲିଛି ବୋଲି ଥାନା ଅଧିକାରୀ ଶାରଦା ପ୍ରସନ୍ନ ଦାସ କହିଛନ୍ତି।

ସୂଚନା ଅନୁଯାୟୀ, ମନମୁଣ୍ଡା ଥାନା ରକ୍ସା ଗ୍ରାମର ଶୁଭମ୍‌, ଶୀତଳ ଓ ମନଜିତ ଏକ ବାଇକ୍‌ ଯୋଗେ ଘରକୁ ଫେରୁଥିବା ବେଳେ ବାଉଁଶୁଣୀ ଛକ ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ସ୍ଥାନୀୟ ଲୋକେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଅଗ୍ନିଶମ ବାହିନୀ ଓ ପୋଲିସ ସହାୟତାରେ ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଶୁଭମ ଓ ଶୀତଳଙ୍କୁ ମୃତ ଘୋଷଣା କରିଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri