ପାଟଣା,୧୩।୩(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ଫାଣ୍ଡି ଗଣ୍ଡବେଡା ଗ୍ରାମ ସ୍କୁଲ ନିକଟରେ ଗୁରୁବାର ଏକ ବାଇକଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ୨ ଜଣ ଗୁରୁତର ହୋଇ ରାସ୍ତା ଉପରେ ପଡ଼ିରହିଥିବା ବେଳେ ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ପ୍ରମୋଦ ନାଏକ (୩୫)ଙ୍କୁ ମୃତ୍ୟୁ ଘୋଷଣା କରିଥିବାବେଳେ ନିତ୍ୟାନନ୍ଦ ନାଏକ(୩୦) ଗୁରୁତରଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଛନ୍ତି। ଖବରପାଇ ଘଟଣାସ୍ଥଳରେ ପାଟଣା ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଘଟଣାର ତଦନ୍ତ କରୁଥିବା ପାଟଣା ଥାନା ଅଧିକାରୀ କିରଣ ପ୍ରସାଦ ସାହୁ ସୂଚନା ଦେଇଛନ୍ତି।

