ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । ପରିବାରର ହସ ଖୁସି ଛଡାଇ ନେଇଛି ଦୁର୍ଘଟଣା। ମଙ୍ଗଳବାର ସନ୍ଧ୍ୟାରେ ଘଟିଥିବା ଏହି ଦୁର୍ଘଟଣାରେ ଡୁମେରପଦର ଗ୍ରାମର କେଶବ ମାଝୀ (୨୨) ଓ ବଡ଼ଦେରଲା ଗ୍ରାମର ବିନୋଦ ଗୌଡ଼ (୨୦)ଙ୍କର ଅକାଳ ବିୟୋଗ ଘଟିଛି ।
ଖବର ଅନୁସାରେ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୬ଟା୩୦ ସମୟରେ କେଶବ ଓ ବିନୋଦ ଏକ କେଟିଏମ ଡ୍ୟୁକ ବାଇକ (OD-08-AA-2946) ଯୋଗେ ଥୁଆମୂଳ ରାମପୁରରୁ ଫେରୁଥିଲେ । କାଠକୁରା-ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାର ସାହୁ ଜଙ୍ଗଲ ନିକଟସ୍ଥ ଏକ ପୋଲ ବୁଲାଣିରେ ଗାଡ଼ିଟି ଭାରସାମ୍ୟ ହରାଇବାରୁ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ହିଁ କେଶବଙ୍କର ପ୍ରାଣବାୟୁ ଉଡ଼ିଯାଇଥିବା ବେଳେ ବିନୋଦ ଗୁରୁତର ହୋଇଥିଲେ । ଅଭିଯୋଗ ଅନୁଯାୟୀ, ଦୁର୍ଘଟଣା ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ସରକାରୀ ଆମ୍ବୁଲାନ୍ସ ମିଳିପାରିନଥିଲା। ଶେଷରେ ଅଗ୍ନିଶମ ବାହିନୀ ସହାୟତାରେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା।

ବିନୋଦଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଧ୍ୟ ସରକାରୀ ସହାୟତା ନମିଳିବାରୁ ପରିବାର ଲୋକେ ଘରୋଇ ଗାଡ଼ି ଯୋଗେ ବିନୋଦଙ୍କୁ ନେଇଥିଲେ ହେଁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଠି । ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳର ଯୁବ ସମାଜସେବୀ ତଥା ସାମ୍ବାଦିକ ଦୁର୍ଗା କୀର୍ତ୍ତି ଗଭୀର ଶୋକ ପ୍ରକାଶ କରିବା ସହ ଯୁବପିଢ଼ିଙ୍କୁ ହେଲମେଟ ପିନ୍ଧିବା ଓ ଦ୍ରୁତ ଗତିରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି । ଅନ୍ୟପଟେ ସାହୁ ଜଙ୍ଗଲ ନିକଟସ୍ଥ ସେହି ନିର୍ଦ୍ଦିଷ୍ଟ ବୁଲାଣିରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ, ସେହି ସ୍ଥାନକୁ ‘Accident Zone’ ଘୋଷଣା କରି ସଚେତନତା ଫଳକ ଲଗାଇବାକୁ ଅଞ୍ଚଳବାସୀ ଦୃଢ଼ ଦାବି କରିଛନ୍ତି । ଥୁଆମୂଳ ରାମପୁର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ, ଆଜି ବୁଧବାର ଶବ ବ୍ୟବଚ୍ଛେଦ ପ୍ରକ୍ରିୟା ଶେଷ ହୋଇଛି । ପୋଲିସ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ମଧ୍ୟରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?