ଡୁଲୁରୀ ପୋଲ ନିକଟରେ ବାଇକ ଦୁର୍ଘଟଣା: ଗୁରୁତରଙ୍କ ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଶଯ୍ୟା ମିଳୁନି,ତଳେ ରଖି… 

 ଦାରିଙ୍ଗବାଡି, ୨୯।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡୁଲୁରୀ ପୋଲ ନିକଟରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଜଣେ ଗୁରୁତର ଅଛନ୍ତି।  ସେମାନେ ହେଲେ ବ୍ରାହ୍ମଣୀଗାଁ ଥାନା  କାଟିଙ୍ଗିଆ ପଞ୍ଚାୟତ ଅଞ୍ଚଳର ରାଜେଶ ସିଂ, ରାହୁଲ ସିଂ। ସେମାନଙ୍କ ଚିକିତ୍ସା ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରେ କରାଯାଉଥିବା ବେଳେ ରୋଗୀ ଶଯ୍ୟା ବଦଳରେ ସେମାନଙ୍କୁ ତଳେ ରଖି ଚିକିତ୍ସା କରାଯାଉଥିବା ଦେଖାଯାଇଛି।

ପ୍ରକାଶ ଯୋଗ୍ୟ, ଗୋଟିଏ ବାଇକରେ ୨ ଜଣ ଯୁବକ ବ୍ରାହ୍ମଣୀଗାଁ ଅଭିମୁଖେ ଯାଉଥିଲେ। ଭାରସାମ୍ୟ ହରାଇ ଡୁଲୁରୀ ନାଳ ଭିତରକୁ ବାଇକଟି ପଶିଯାଇଥିଲା। ସୌଭାଗ୍ୟ ବଶତଃ ବାଇକ ଓ ୨ ଆରୋହୀ ନାଳରେ ଯାଉଥିବା ପାଣିରେ ପଡ଼ି ନ ଥିଲେ। ସେମାନେ ଶୁଖିଲା ସ୍ଥାନରେ ପଡ଼ି ଗୁରୁତର ଆହତ ହୋଇଥିଲେ। ଗୁରୁତର ୨ ଜଣଙ୍କୁ  ଉକ୍ତ ରାସ୍ତାରେ ଯାତାୟାତ କରୁଥିବା ଲୋକମାନେ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ। ତେବେ ସେଠାରେ ସେମାନଙ୍କୁ ଦୟନୀୟ ଅବସ୍ଥାରେ ଚିକିତ୍ସା ସେବା ଯୋଗାଇ ଦିଆଯାଇଛି। ଏହାକୁ ନେଇ ଅଞ୍ଚଳବାସୀ ସୱାସ୍ଥ୍ୟକେନ୍ଦ୍ର ର ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଦୁର୍ଘଟଣା ଗ୍ରସ୍ଥ ୨ ଯୁବକଙ୍କ କାଟିଙ୍ଗିଆ ଅଞ୍ଚଳର ହୋଇଥିବା ଜଣାପଡିଥିବା  କାଟିଙ୍ଗିଆ ସରପଞ୍ଚ ସୁଭଦ୍ରା ପଡ୍ରା କହିଛନ୍ତି । ସ୍ବାସ୍ଥ୍ୟକେନ୍ଦ୍ରରେ ପୋଲିସ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ ପ୍ରମୁଖ ପହଞ୍ଚିଥିବା ଜଣାପଡିଛି। ଘଟଣାର ଅଧିକ ତଦନ୍ତ କରାଯାଉଥିବା ଦତିଙ୍ଗବାଡି ଥାନା ଅଧିକାରୀ ତଥା ଡିଏସପି କନକ ମାଝୀ କହିଛନ୍ତି। ଗୁରୁତର ଆହତଙ୍କୁ ତଳେ ଶୁଆଇ ଚିକିତ୍ସା କରାଯାଉଥିବା ସମ୍ପର୍କରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସମନ୍ତରାୟ କେଉଁ ପରିସ୍ଥିତିରେ ଏଭକି ଘଟଣା ଘଟିଛି ମୁଁ ବୁଝୁଛି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri