ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ୨ଜଣଙ୍କ ଜୀବନ

ପାତ୍ରପୁର,୭ା୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅଧିନସ୍ଥ ତମ୍ୱାପୂର ମନ୍ଦରଡ଼ା ରାସ୍ତା ଲୁହୁରୁଣି ବଟଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାଇକ୍ ଦୁର୍ଘଟଣା ଘଟି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ଖବର ଅନୁସାରେ, ତିତିଗାଁ ଗ୍ରାମର କେଦାର ନାଇକ (୧୮)ଗାଡି ଚଳାଉଥିବା ବେଳେ ବନମାଳୀ ଗ୍ରାମର ରଞ୍ଜନ ନାଇକ(୨୬) ଓ ବାଡ଼ିତୋଳା ଗ୍ରାମର ରାହୁଲ୍ ନାଇକ (୨୬)ପଛରେ ବସିଥିଲେ । ହେଲେ ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା ହୋଇଥିଲା। ଦମକଳ ଗାଡ଼ି ଯୋଗେ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଙ୍କୁ ଆହତମାନଙ୍କୁ ଅଣା ଯାଇଥିବା ବେଳେ ଡ଼ାକ୍ତର କେଦାର ଓ ରାହୁଲଙ୍କୁ ମୃତ ଘୋଷଣା କରିଛନ୍ତି ।

ଆହତ ରଞ୍ଜନ ନାଇକଙ୍କୁ( ୨୬)  ପ୍ରାଥମିକ ଚିକିତ୍ସା କରାଯାଇ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଛି । ପାତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଆଇଆଇସି ଟୁନା ସାସମଲ, ସାଂସଦ ପ୍ରତିନିଧି ମୀନା ଦ୍ୟାନ ସାମନ୍ତରା, ବିଡିଓ ଲକ୍ଷ୍ମଣ ଚରଣ ସୋରେନ ପହଞ୍ଚି ତଦନ୍ତ କରିଥିଲେ । କେସ ନଂ ୩/୨୬ ରେ ମାମଲା ରୁଜୁ ହୋଇ ମୃତକମାନଙ୍କ ଶବ ବ୍ୟବଛେଦ କରିବା ପାଇଁ ବ୍ରହ୍ମପୁର ପଠାଇବା ବ୍ୟବସ୍ଥା କରାଯାଇଛି ବୋଲି ଆଇଆଇସି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri