ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ଚାଲିଗଲା ୨ଜଣଙ୍କ ଜୀବନ

ପାତ୍ରପୁର,୭ା୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅଧିନସ୍ଥ ତମ୍ୱାପୂର ମନ୍ଦରଡ଼ା ରାସ୍ତା ଲୁହୁରୁଣି ବଟଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାଇକ୍ ଦୁର୍ଘଟଣା ଘଟି ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ଖବର ଅନୁସାରେ, ତିତିଗାଁ ଗ୍ରାମର କେଦାର ନାଇକ (୧୮)ଗାଡି ଚଳାଉଥିବା ବେଳେ ବନମାଳୀ ଗ୍ରାମର ରଞ୍ଜନ ନାଇକ(୨୬) ଓ ବାଡ଼ିତୋଳା ଗ୍ରାମର ରାହୁଲ୍ ନାଇକ (୨୬)ପଛରେ ବସିଥିଲେ । ହେଲେ ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା ହୋଇଥିଲା। ଦମକଳ ଗାଡ଼ି ଯୋଗେ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଙ୍କୁ ଆହତମାନଙ୍କୁ ଅଣା ଯାଇଥିବା ବେଳେ ଡ଼ାକ୍ତର କେଦାର ଓ ରାହୁଲଙ୍କୁ ମୃତ ଘୋଷଣା କରିଛନ୍ତି ।

ଆହତ ରଞ୍ଜନ ନାଇକଙ୍କୁ( ୨୬)  ପ୍ରାଥମିକ ଚିକିତ୍ସା କରାଯାଇ ବ୍ରହ୍ମପୁର ସ୍ଥାନାନ୍ତରିତ କରାଯାଇଛି । ପାତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଆଇଆଇସି ଟୁନା ସାସମଲ, ସାଂସଦ ପ୍ରତିନିଧି ମୀନା ଦ୍ୟାନ ସାମନ୍ତରା, ବିଡିଓ ଲକ୍ଷ୍ମଣ ଚରଣ ସୋରେନ ପହଞ୍ଚି ତଦନ୍ତ କରିଥିଲେ । କେସ ନଂ ୩/୨୬ ରେ ମାମଲା ରୁଜୁ ହୋଇ ମୃତକମାନଙ୍କ ଶବ ବ୍ୟବଛେଦ କରିବା ପାଇଁ ବ୍ରହ୍ମପୁର ପଠାଇବା ବ୍ୟବସ୍ଥା କରାଯାଇଛି ବୋଲି ଆଇଆଇସି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ:ପ୍ରଥମ ଦିନରେ କଳାହାଣ୍ଡି କଟପ୍ପାଙ୍କ ପାରମ୍ପରିକ ନୃତ୍ୟ-ଶୋଭାଯାତ୍ରାରେ ଦର୍ଶକ ମୁଗ୍ଧ

ଦାରିଙ୍ଗବାଡି, ୮।୧ (ଅରୁଣ ସାହୁ ): ବହୁ ପ୍ରତିକ୍ଷିତ ଶୀତ ମହୋତ୍ସବ -୨୦୨୬ ଗୁରୁବାର ଉଦଘାଟିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ, ଏହି ଦୁଇ ଜିଲା ପାଇଁ କଲେ ବଡ ଦାବି

ଭୁବନେଶ୍ୱର,୮ା୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୁଇ ଜିଲା ପାଇଁ ବଡ ଦାବି ଜଣାଇଛନ୍ତି। ଅନୁଗୋଳ ଏବଂ...

ଆନ୍ଦୋଳନରୁ ଓହରିଲେ ମିଲର୍ସ

ଜୟପୁର,୮ା୧(ପବନ ପାଣିଗ୍ରାହୀ): ମିଲର୍ସମାନେ ଆନ୍ଦୋଳନରୁ ଓହରିବା ପରେ କୋରାପୁଟ ଜିଲା ଜୟପୁର ଉପଖଣ୍ଡରେ ଧାନ କିଣା ଗୁରୁବାର ସ୍ୱାଭାବିକ ହୋଇଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦...

ଓଡ଼ିଶାର ଏହି ଜିଲାରେ ହେବ ନୂଆ ମେଗା ଷ୍ଟିଲ୍ ପ୍ଲାଣ୍ଟ, ସୃଷ୍ଟି ହେବ ୧୪ ହଜାରରୁ ଉର୍ଦ୍ଧ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୮ା୧: ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରେ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରତିଷ୍ଠା...

ସତେକି ଦିନିକିଆ ନୁହେଁ ଟେଷ୍ଟ: ଗୋଟିଏ ଉଇକେଟ ପାଇଁ  ଲୁଟାଇଲେ ୩୨୬ ରନ୍‌; ୬ ମ୍ୟାଚ୍‌ରେ ଫେଲ ହେଲେ…

ନୂଆଦିଲ୍ଲୀ,୮।୧: କ୍ରିକେଟର ଅର୍ଜୁନ ତେନ୍ଦୁଲକରଙ୍କ ପାଇଁ ଚଳିତ ବିଜୟ ହଜାରେ ଟ୍ରଫିର ଏହି ସିଜନ ଅତ୍ୟନ୍ତ ଖରାପ ହୋଇଛି। ବାମହାତି ଏହି ଅଲରାଉଣ୍ଡର ଉଭୟ ବୋଲିଂ...

ମଧ୍ୟାହ୍ନରେ ଘରକୁ ଖାଇବାକୁ ଆସି ନ ଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଚାଷୀଙ୍କ ଜୀବନ

ଦିଗପହଣ୍ଡି,୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦସେଇପୁର ଗ୍ରାମର ଜଣେ ଚାଷୀ ଗ୍ରାମ ନିକଟ ଏକ ପୋଖରୀ ରେ ବୁଡି ମୃତ୍ୟୁବରଣ କରିଛନ୍ତି।...

ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି, ପ୍ରଥମ ଦିନରେ…

ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର)-ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରାଥମିକ ସେବା ସମବାୟ ସମିତି ପରିସରରେ ଗୁରୁବାର ଧାନମଣ୍ଡି ଉଦଘାଟିତ ହୋଇଯାଇଛି। ସମବାୟ ସମ୍ପାଦକ ସୁରେଶ କୁମାର ନନ୍ଦଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri