ବାଇକ୍‌ ଦୁର୍ଘଟଣା: ଚାଲିଗଲା ୩ ଯୁବକଙ୍କ ଜୀବନ

ଦାରିଙ୍ଗବାଡ଼ି,୩ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡୁଲୁରୀ ପାଇନବଣ ନିକଟରେ ଏକ ବଡ଼ ବାଇକ୍‌ ଦୁର୍ଘଟଣା ଘଟିଛି ଏଥିରେ ୩ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ପୋଲିସ କହିଛି। ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ପୋଲିସ ପରିଚୟ ଜାଣିବା ପାଇଁ ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଥିବା ସବ୍‌ଇନ୍ସପେକ୍ଟର ଜୟନ୍ତ କୁମାର ସେଠୀ କହିଛନ୍ତି।

ପ୍ରକାଶ ଯେ, ଶୁକ୍ରବାର ସନ୍ଧ୍ୟାରେ ଦାରିଙ୍ଗବାଡ଼ି ପଟୁ ଏକ ବାଇକ୍‌ରେ ୩ ଯୁବକ କଫି ବଗିଚା ରାସ୍ତା ଦେଇ ବ୍ରାହ୍ମଣୀଗାଁ ପଟେ ଯାଉଥିଲେ ତେବେ ପର୍ଯ୍ୟଟନକ୍ଷେତ୍ର ଡୁଲୁରୀ ପାଇନ ବଣ ପୂର୍ବରୁ ଏକ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ବାଇକ୍‌ଟି ସିଧା ଡୁଲୁରୀ ନାଳ ଭିତରକୁ ଚାଲିଯାଇଥିଲା । ଖବର ପାଇ ଅଗ୍ନିଶମ ବିଭାଗର ଆସିଷ୍ଟାଣ୍ଡ ଷ୍ଟେଶନ ଅଫିସର ଧବଳେଶ୍ୱର ପ୍ରଧାନଙ୍କ ନେତୃତ୍ୱରେ ହାବିଲଦାର ସତ୍ୟନାରାୟଣ ବେହେରା, ଡ୍ରାଇଭର ଚିନ୍ମୟ ପରିଡ଼ା, ସାଜନ ବେହେରା, ଜୁଗୁନୁ ବେହେରା, ପ୍ରିୟବ୍ରତ ସେନାପତି, ସୌରାଜ ଡାକୁଆ ପ୍ରମୁଖ ପହଞ୍ଚି ୩ ଗୁରୁତର ଯୁବକଙ୍କୁ ଉଦ୍ଧାର କରି ସେମାନଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ତେବେ ସେମାନଙ୍କ ମୃତ୍ୟୁ ହୋଇଯାଇଥିବା ଡାକ୍ତର ଘୋଷଣା କରିଥିଲେ। ମୃତକମାନଙ୍କ ପରିଚୟ ମିଳି ନ ଥିବାରୁ ପୋଲିସ ୩ ଯୁବକଙ୍କ ମୃତଦେହକୁ ଜବତ କରି ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ର ପରିସର ମଧ୍ୟରେ ରଖାଯାଇଛି ବୋଲି କୁହାଯାଇଛି। ଏଭଳି ବଡ଼ଧରଣର ଦୁର୍ଘଟଣା ଖବର ପାଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ବୁଧବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri