ବାଇକ୍‌ ଦୁର୍ଘଟଣା: କକା, ପୁତୁରାଙ୍କ ଚାଲିଗଲା ଜୀବନ

ନୂଆପଡ଼ା,୧୬ା୫ (ମକାରୁ ବେମାଲ)::ନୂଆପଡ଼ା ସଦର ବ୍ଲକ କୋଟେନଚୂଆଁ ପଞ୍ଚାୟତ ତିଲେଇଝର ଗାଁ ପାଖରେ ଏକ ବାଇକ୍‌ ଦୁର୍ଘଟଣା ଘଟି କାକା ଓ ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତିଲେଇଝର ଗାଁର କାକା ପରମେଶ୍ୱର ତାଣ୍ଡି (୧୮) ଓ ପୁତୁରା ପୁରୁଷୋତ୍ତମ ତାଣ୍ଡି (୨୦)। ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ା ସୂଚନା ଉଭୟ କାକା ଓ ପୁତରା ଏକ ବାଇକ୍‌ ଯୋଗେ ନୂଆପଡା ପଟୁ ତିଲେଇଝର ଗାଁକୁ ଫେରୁଥିଲେ ା ସେହି ସମୟରେ ଗାଁ ମୁଣ୍ଡରେ ବାଇକ୍‌ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ସ୍ଥାନୀୟ ଲୋକ ଉଭୟଙ୍କୁ ଉଦ୍ଧାର କରି ନୁଆପଡା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ପରମେଶ୍ୱରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁରୁଷୋତ୍ତମ ସଙ୍କଟାପନ୍ନ ଥିବାରୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ହେଲେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ସଦର ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri