ଡ୍ୟୁଟି ପାଇଁ ଯାଉଥିଲେ, ସାମ୍ନାରୁ ଆସି ପିଟିଲା ବାଇକ୍‌; ଚାଲିଗଲା ଗ୍ରାମରକ୍ଷୀଙ୍କ ଜୀବନ, ଜଣେ ଯବାନ…

କୋକସରା,୧୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ସ୍ଥିତ ଦାସ କଲୋନୀ ନିକଟରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗ୍ରାମରକ୍ଷୀଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଯୁବକ (ଯବାନ) ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ (୫୩), ଗ୍ରାମରକ୍ଷୀ (ଝରିଆଗୁଡା ଗ୍ରାମ)। ସେହିଭଳି  ଗୁପ୍ତେଶ୍ୱର ନାଏକ (୨୬), (ଆଟିଗାଁ କାନ୍ଦୁଲଗୁଡ଼ା) ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଝରିଆଗୁଡା ଗ୍ରାମର ଗ୍ରାମରକ୍ଷୀ ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀ ବୁଧବାର କୋକସରା ଥାନାକୁ ଡ୍ୟୁଟି ପାଇଁ ଆସିଥିଲେ। ଥାନାରୁ ଫେରିବା ସମୟରେ ସ୍ଥାନୀୟ ପେଟ୍ରୋଲ ପମ୍ପରୁ ତେଲ ପକାଇ ସେ ବାହାରୁଥିବା ବେଳେ କୋକସରା ପଟୁ ଆସୁଥିବା ଗୁପ୍ତେଶ୍ୱର ନାଏକଙ୍କ ବାଇକ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ଉଭୟ ବାଇକ ଆରୋହୀ ଛିଟିକି ପଡ଼ି ରକ୍ତାକ୍ତ ହୋଇଯାଇଥିଲେ।
ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ କୋକସରା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ଗୋବିନ୍ଦ ପାଣିଗ୍ରାହୀଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଗୁପ୍ତେଶ୍ୱରଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ଘଟଣାସ୍ଥଳରେ କୋକସରା ଥାନା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏହି ଘଟଣାକୁ ନେଇ କୋକସରା ପୋଲିସ ଏକ ମାମଲା ରୁଜୁ କରି ଅଧିକ ଛାନଭିନ ଜାରି ରଖିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri