ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌: ଚାଲିଗଲା ଯୁବକଙ୍କ ଜୀବନ

ଭଞ୍ଜନଗର, ୪।୧୦(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ମୁଖ୍ୟ ରାସ୍ତାର ବୁଦୁଲି ନିକଟରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟା ସମୟରେ ଏକ ବାଇକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୁଜାଗଡ଼ର ଭଞ୍ଜ ସେଠୀ (୩୫)।

ଭଞ୍ଜ ଅପରାହ୍ନରେ ନିଜ ବାଇକ ଯୋଗେ ଗ୍ରାମରୁ ଭଞ୍ଜନଗର ଅଭିମୁଖେ ଆସୁଥିଲେ। ଏହି ସମୟରେ ବୁଦୁଲି ନିକଟରେ ତାଙ୍କ ବାଇକଟି ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ନେଇ ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ତଦନ୍ତ ଆରମ୍ଭ କରିଛି। ଏଥିସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଦେଇଛି।