ସ୍ବାଭିମାନ ଅଞ୍ଚଳରେ ଆରମ୍ଭ ହେଲା ବାଇକ୍‌ ଆମ୍ବୁଲାନ୍ସ ସେବା

ଚିତ୍ରକୋଣ୍ଡା,୪ା୧(ଡି.ଏନ୍‌.ଏ.): ଆଦିବାସୀ ଅଧ୍ୟୁଷିତ  ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ପ୍ରଥମ କରି ବାଇକ୍‌ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ବୁଧବାର ଏହି ସେବା ଆରମ୍ଭ ହୋଇଛି। ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳ ବଡ଼ପଡା ପଞ୍ଚାୟତ ପରିସରରେ ଦୁଇଟି ବାଇକ୍‌ ଆମ୍ବୁଲାନ୍ସ ସେବାକୁ ମାଲକାନଗିରି ଜିଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସମାରୀ ତାଙ୍ଗୁଲ ଉଦ୍‌ଘାଟନ କରିଥିଲେ। ଏହି ବାଇକ୍‌ ଆମ୍ବୁଲାନ୍ସ ମାଧ୍ୟମରେ ଦୁର୍ଗମ ଅଞ୍ଚଳରୁ ସାଧାରଣ ରୋଗୀଙ୍କଠାରୁ ଆରମ୍ଭ କରି ଗର୍ଭବତୀ ମହିଳାମାନଙ୍କୁ ନିକଟତମ ମେଡିକାଲରେ ପହଞ୍ଚାଇ ହେବ ବୋଲି ଆଶା ବାନ୍ଧିଛନ୍ତି ସ୍ବାଭିମାନ ଅଞ୍ଚଳବାସୀ। ଗୋଟିଏ ଆମ୍ବୁଲାନ୍ସ ବଡ଼ପଡ଼ାଠାରେ ରହିବ ଓ ଅନ୍ୟଟି ଯନ୍ତ୍ରୀ ତଥା ଅଣ୍ଡରାପାଲି ଦୁଇଟି ପଞ୍ଚାୟତ ପାଇଁ ନାକାମାମୁଠାରେ ରହି କାର୍ଯ୍ୟକ୍ଷମ ହେବ। ଦୁଇଟି ଆମ୍ବୁଲାନ୍ସକୁ ନାବାର୍ଡ ଅନୁଷ୍ଠାନ ଯୋଗାଇଥିବା ବେଳେ ଏହାକୁ ପରିଚାଳନା କରିବ ପରିବର୍ତ୍ତନ ଅନୁଷ୍ଠାନ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ ଖିଲ, ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟର ଅଧ୍ୟକ୍ଷ ଡାକ୍ତର ଖିରୋଦ ଚନ୍ଦ୍ର ମହନ୍ତ, ଡା. ଅଭିଜିତ ଶତପଥୀ, ଆୟୁର୍ବେଦ ହରିପ୍ରସାଦ ଶର୍ମା,ପାପରମେଟେଲା ସରପଞ୍ଚ ନରସିଂହ ସିନ୍ଧାରୀ, ବଡ଼ପଡ଼ା ସରପଞ୍ଚ ନିଲୁ ଖିଲ,ବିମଳା ହନ୍ତାଳ,ପରିବର୍ତ୍ତନ ଅନୁଷ୍ଠାନର ସମ୍ପାଦକ ନିତ୍ୟାନନ୍ଦ ପ୍ରଧାନ, ନାବାର୍ଡ ଡାଇରେକ୍ଟର ଧର୍ମେନ୍ଦ୍ର ବେହୁରିଆ, ଜାନବାଇ ସେକ୍ଟର ସୁପରଭାଇଜର ଶଶାଙ୍କ ଶେଖର କର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri