ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପଦ୍ମପୁର,୧୮ା୯(ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁରରୁ ଗାଇସିଲେଟ ଯିବା ରାସ୍ତାର ବୁଡ଼ାମାଳ ଛକଠାରେ ସୋମବାର ଏମ ବାଇକ୍‌ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୁଡ଼ାମାଳ ଗ୍ରାମର ଟଙ୍କଧର ରଣା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ଦୁର୍ଘଟଣାରେ ବାଇକ୍‌ ଚାଳକ ମିଥୁନ ରଣା ଗୁରୁତର ହୋଇଛନ୍ତି। ସୂଚନା ଯୋଗ୍ୟ, କାମ ସାରି ଟଙ୍କଧର ଓ ମିଥୁନ ଏକ ବାଇକ୍‌ ଯୋଗ ପଦ୍ମପୁରରୁ ଗ୍ରାମକୁ ଫେରୁଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତିରେ ଆସୁଥିବା ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଦୁହେଁ ରାସ୍ତାରେ ଛିଟିକି ପଡ଼ିଥିଲେ। ଗ୍ରାମବାସୀ ସେମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ହେଲେ ବାଟରେ ଟଙ୍କଧରଙ୍କ ମୃତ୍ୟୁ ଘଟିଥିଲା। ମିଥୁନ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri