ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଆହତ

ଦାରିଙ୍ଗବାଡି,୨।୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ନଂ ଜାତୀୟ ରାଜପଥ ର ଡବେରୀ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍‌-କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଏନେଇ ଦାରିଙ୍ଗବାଡି ଆଇଆଇସି କୌଶିକ ମାଝୀ ସୂଚନା ଦେଇଛନ୍ତି। ସେମାନେ ହେଲେ ପ୍ଳିହେରି ପଞ୍ଚାୟତର ବାଳକୃଷ୍ଣ ମଲିକ(୨୦) ଏବଂ ଯୁଗାନ୍ତ ପ୍ରଧାନ (୨୦), ଏବଂ ଆହତ ଜଣଙ୍କ ହେଲେ ମନିଲ ପ୍ରଧାନ (୧୭)।

ସୂଚନାଯୋଗ୍ୟ, ଦାରିଙ୍ଗବାଡି ପଟୁ ସୋରଡ଼ା ଅଭିମୁଖେ ଏକ କାର୍‌ ଯାଉଥିବା ବେଳେ ବାଇକ ଚାଳକ ଭାରସାମ୍ୟ ହରାଇ ଏକ ଅଟୋକୁ ପ୍ରଥମେ ଧକ୍କା ଦେଇ କାର୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାପରେ ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେବା ସହ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ଷ୍ଟେଶନ ଅଧିକାରୀ ମନୋଜ କୁମାର ସାହୁଙ୍କ ନେତୃତ୍ୱରେ ଚିତ୍ତରଞ୍ଜନ ମହାନ୍ତି,ସୁନୀଲ ଜାନି, ପାଣ୍ଡବ ମହାରଣା,ଲକ୍ଷ୍ମଣ ବାରିକ,ବାପୁନା ରାଉତ ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ବାଇକରେ ଥିବା ୩ ଗୁରୁତରଙ୍କୁ ଦାରିଙ୍ଗବାଡି ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାରେ ଚାପା ଉତ୍ତେଜନା ଦେଇଥିବା ବେଳେ ପୋଲିସ ଉତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରିଛି। ପୋଲିସ ଏ ନେଇ ମାମଲା ରୁଜୁ କରିବା ସହ ଦୁଇଟି ମୃତଦେହ ଜବତ କରିବା ସହ ଦୁର୍ଘଟଣାଗ୍ରସ୍ଥ ବାଇକ୍‌ ଓ କାର୍‌କୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri