ବାଇକ୍‌-କାର ମୁହାଁମୁହିଁ: ଫେରାର କାରକୁ ଧରିଲେ ଗ୍ରାମବାସୀ

ଦାରିଙ୍ଗବାଡି,୩୧।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ପଟାଙ୍ଗି ଗ୍ରାମ ନିକଟରେ ସୋମବାର ଏକ ବାଇକ୍‌-କାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍‌ ଚାଳକ ଗୁରୁତର ହୋଇପଡ଼ିଛନ୍ତି। ତେବେ ଏପର୍ଯ୍ୟନ୍ତ ତାଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ପରେ ଘଟଣାସ୍ଥଳରୁ କାର ଚାଳକଙ୍କୁ ମେଡିକାଲରେ ପହଞ୍ଚାଇବା ବଦଳରେ ଗୁରୁତର ଅବସ୍ଥାରେ ତାଙ୍କୁ ଛାଡ଼ି କାର ଧରି ଫେରାର ହୋଇଯାଇଥିଲେ। ତେବେ ସେଠାକାର ଲୋକ ସିମନବାଡି ଗ୍ରାମକୁ ଫୋନ କରି ଉକ୍ତ କାରକୁ ଅଟକାଇବାକୁ ସୂଚନା ଦେଇଥିଲେ। ସିମନବାଡି ବାସିନ୍ଦା ଦୁର୍ଘଟଣା ଘଟାଇଥିବା କାର (ନଂ.ଓଡି-୦୨ବିଟି-୩୩୭୭)କୁ ଅଟକାଇ ପୋଲିସକୁ ଖବର ଦେଇଥିଲେ।

ପଟାଙ୍ଗି ଗ୍ରାମବାସୀ ବାଇକ୍‌ ଚାଳକଙ୍କୁ ଉଦ୍ଧାର କରି ଏକ ଅଟୋରେ ମେଡିକାଲ ନେଉଥିଲେ। ହେଲେ ସିମନବାଡିରେ ଦୁର୍ଘଟଣା ଘଟାଇ ଅଟକ ଥିବା କାରରେ ପୋଲିସ ତାଙ୍କୁ ମଡିକାଲ ନେଇଥିବା ଜଣାପଡିଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି। ସୂଚନାଯୋଗ୍ୟ, କାରଟି ବାଲିଗୁଡ଼ାରୁ ଦାରିଙ୍ଗବାଡି ଆସୁଥିବ ବେଳେ ଏହି ଦୁର୍ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri