ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ନୟାଗଡ଼ ଅଫିସ,୧।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ତୁଳସୀପୁର ସାଇମନ୍ଦିର ନିକଟରେ ରବିବାର ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ନୟାଗଡ଼ ସହର ଏମ୍‌ଆଇ କଲୋନୀର ମାନସ ମହାପାତ୍ର(୩୫) ଓ ନୂଆଗାଁ ଥାନା ଲୁଣିସରା ଗାଁର ବେଣୁଧର ପ୍ରଧାନ(୩୪) । ଆହତଦ୍ୱୟ ହେଲେ ନୟାଗଡ଼ ପୁରୁଣା ସହରର ବୁଧାନାଥ ସିଅ ଓ ମହିପୁର ଖୁଣ୍ଟୁବନ୍ଧର ଗୋପାଳ ମହାପାତ୍ର। ଦୁର୍ଘଟଣା ପରେ ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ମାନସ ଓ ବେଣୁଧରଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ୨ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାରେ ରଖିଛି। ସୋମବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri