ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ନୟାଗଡ଼ ଅଫିସ,୧।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ନଂ. ଜାତୀୟ ରାଜପଥର ତୁଳସୀପୁର ସାଇମନ୍ଦିର ନିକଟରେ ରବିବାର ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି । ମୃତକ ହେଲେ ନୟାଗଡ଼ ସହର ଏମ୍‌ଆଇ କଲୋନୀର ମାନସ ମହାପାତ୍ର(୩୫) ଓ ନୂଆଗାଁ ଥାନା ଲୁଣିସରା ଗାଁର ବେଣୁଧର ପ୍ରଧାନ(୩୪) । ଆହତଦ୍ୱୟ ହେଲେ ନୟାଗଡ଼ ପୁରୁଣା ସହରର ବୁଧାନାଥ ସିଅ ଓ ମହିପୁର ଖୁଣ୍ଟୁବନ୍ଧର ଗୋପାଳ ମହାପାତ୍ର। ଦୁର୍ଘଟଣା ପରେ ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ମାନସ ଓ ବେଣୁଧରଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ନୟାଗଡ଼ ଟାଉନ ଥାନା ପୋଲିସ ୨ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାରେ ରଖିଛି। ସୋମବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ...

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ...

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ...

ସକାଳୁ ନିଆଁବର୍ଷା! ୩୫ ଛୁଇଁଲାଣି ପାରା

ଭୁବନେଶ୍ୱର,୨୦।୪: ଆଜି ବି କଲବଲ କରିବ ତାତି । ସକାଳୁ ଛୁଇଁଲାଣି ୩୫ । ଆଜି ସକାଳ ୮ଟା ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା କେଉଁ ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ବଡ଼ଚଣାରୁ ଲଢିବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା,...

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri