ହଷ୍ଟେଲରେ ରହୁଥିବା ବଡ଼ଝିଅକୁ ଦେଖିବା ଲାଗି ଯାଉଥିଲେ, ବାଟରେ ଘଟିଲା ଅଘଟଣ…

ଆସିକା,୨୭ା୨(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା-ବ୍ରହ୍ମପୁର ୫୯ ନଂ. ଜାତୀୟ ରାଜପଥର ପିତଳ ଛକ ନିକଟରେ ଗୁରୁବାର ସନ୍ଧ୍ୟାରେ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା ା ଏଥିରେ ବାଇକ୍‌ ଚାଳକ ରାମଚନ୍ଦ୍ର ଜେନା (୪୮)ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ରେବତୀ ଜେନା (୪୦) ଓ ଝିଅ ଆନି(୯) ଗୁରୁତର ଆହତ ହୋଇଛନ୍ତି।

ଆସିକା ଥାନା ଅନ୍ତର୍ଗତ ଗହଙ୍ଗୁ ପଞ୍ଚାୟତର ଦାନଚନ୍ଦନପେଡ଼ି ଗ୍ରାମର ରାମଚନ୍ଦ୍ର ତାଙ୍କ ସ୍ତ୍ରୀ ଓ ଝିଅଙ୍କୁ ନେଇ ବାଇକ୍‌ (ନଂ.ଓଆର ୦୭ଏଏ ୭୧୫୬)ରେ ଆସିକାରୁ ବ୍ରହ୍ମପୁର ଯାଉଥିଲେ। ପିତଳ ଛକ ନିକଟରେ ସମ୍ମୁଖରୁ ଆସୁଥିବା ପିକ୍‌ଅପ୍‌ ଭ୍ୟାନ (ନଂ.ଓଡି ୦୨ ବିଏନ-୨୭୫୧) ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ବାପ, ମାଡ଼ ଓ ଝିଅ ତଳେ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ରାମଚନ୍ଦ୍ରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ା ମା’, ଝିଅଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡମେଡିକାଲକୁ ପଠାଇ ଦିଆଯାଇଛ।

ଆସିକା ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ା ଦୁର୍ଘଟଣାଗ୍ରସ୍ତ ଗାଡ଼ି ୨ଟିକୁ ଜବତ କରିବା ସହ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକଙ୍କୁ ହିଞ୍ଜିଳି ଥାନାରେ ଅଟକ ରଖିଛି। ରାମଚନ୍ଦ୍ର ବ୍ରହ୍ମପୁରରେ ପାଠ ପଢୁଥିବା ତାଙ୍କ ବଡଝିଅକୁ ଦେଖିବା ଲାଗି ଯାଉଥିବା ବେଳେ ଦୁର୍ଘଟଣା ଘଟିଥିବା ତାଙ୍କ ଭାଇ ଅନ୍ତର୍ଯ୍ୟାମୀ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri