ହଷ୍ଟେଲରେ ରହୁଥିବା ବଡ଼ଝିଅକୁ ଦେଖିବା ଲାଗି ଯାଉଥିଲେ, ବାଟରେ ଘଟିଲା ଅଘଟଣ…

ଆସିକା,୨୭ା୨(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା-ବ୍ରହ୍ମପୁର ୫୯ ନଂ. ଜାତୀୟ ରାଜପଥର ପିତଳ ଛକ ନିକଟରେ ଗୁରୁବାର ସନ୍ଧ୍ୟାରେ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା ା ଏଥିରେ ବାଇକ୍‌ ଚାଳକ ରାମଚନ୍ଦ୍ର ଜେନା (୪୮)ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ରେବତୀ ଜେନା (୪୦) ଓ ଝିଅ ଆନି(୯) ଗୁରୁତର ଆହତ ହୋଇଛନ୍ତି।

ଆସିକା ଥାନା ଅନ୍ତର୍ଗତ ଗହଙ୍ଗୁ ପଞ୍ଚାୟତର ଦାନଚନ୍ଦନପେଡ଼ି ଗ୍ରାମର ରାମଚନ୍ଦ୍ର ତାଙ୍କ ସ୍ତ୍ରୀ ଓ ଝିଅଙ୍କୁ ନେଇ ବାଇକ୍‌ (ନଂ.ଓଆର ୦୭ଏଏ ୭୧୫୬)ରେ ଆସିକାରୁ ବ୍ରହ୍ମପୁର ଯାଉଥିଲେ। ପିତଳ ଛକ ନିକଟରେ ସମ୍ମୁଖରୁ ଆସୁଥିବା ପିକ୍‌ଅପ୍‌ ଭ୍ୟାନ (ନଂ.ଓଡି ୦୨ ବିଏନ-୨୭୫୧) ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ବାପ, ମାଡ଼ ଓ ଝିଅ ତଳେ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ରାମଚନ୍ଦ୍ରଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ା ମା’, ଝିଅଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡମେଡିକାଲକୁ ପଠାଇ ଦିଆଯାଇଛ।

ଆସିକା ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ା ଦୁର୍ଘଟଣାଗ୍ରସ୍ତ ଗାଡ଼ି ୨ଟିକୁ ଜବତ କରିବା ସହ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକଙ୍କୁ ହିଞ୍ଜିଳି ଥାନାରେ ଅଟକ ରଖିଛି। ରାମଚନ୍ଦ୍ର ବ୍ରହ୍ମପୁରରେ ପାଠ ପଢୁଥିବା ତାଙ୍କ ବଡଝିଅକୁ ଦେଖିବା ଲାଗି ଯାଉଥିବା ବେଳେ ଦୁର୍ଘଟଣା ଘଟିଥିବା ତାଙ୍କ ଭାଇ ଅନ୍ତର୍ଯ୍ୟାମୀ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?