ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ ଲୋକେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଦୁର୍ଘଟଣାରେ ଜୀବନ ଯାଉଛି। ଏହି କ୍ରମରେ ମଙ୍ଗଳବାର ରାୟଗଡ଼ା ରାସ୍ତା କଡ଼ରେ ଥିବା ରିଲାଏନ୍ସ ପେଟ୍ରୋଲ ପମ୍ପଠାରେ  ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ପରେ ବାଇକରେ ବସିଥିବା ନାବାଳକ ଆରୋହୀ ଛିଟିକି ପଡ଼ି ଟ୍ରାକ୍ଟର ଚାପାରେ ପ୍ରାଣ ହରାଇଛନ୍ତି। ମୃତ ନାବାଳକ ଜଣକ ହେଲେ କାଶୀପୁର ବ୍ଲକ ମାଣ୍ଡିବିସି ଗ୍ରାମର ରାଜେଶ ବାଗ(୧୫) ।

ସୂଚନା ମୁତାବକ, ରାଜେଶ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଥିବା ବେଳେ ଦୁର୍ଘଟଣାରେ ତାଙ୍କ ମୃତ୍ୟୁ ଖବର ମିଳିବା ପରେ ପରିବାରରେ ଶୋକର ଛାୟା ଖେଳି ଯାଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ରାଜେଶଙ୍କୁ ଉଦ୍ଧାର କରି ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୁଇ ଦିନ ପରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଥାନ୍ତେ ରାଜେଶ । ଏଣୁ ସମ୍ପର୍କୀୟ ଭାଇ ଭାଉଜଙ୍କ ସହିତ ନିଜ ଗାଁକୁ ଯାଉଥିଲେ । ଖବର ପାଇ ଚାନ୍ଦିଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri