ଗଛରେ ବାଇକ୍‌ ପିଟି ହୋଇ ଚାଲିଗଲା ୨ ଯୁବକଙ୍କ ଜୀବନ, ଧାନବିଲରୁ ମିଳିଲା ମୃତଦେହ

ମୋରଡ଼ା,୧୯ା୮: ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ତଥା ଚିତ୍ରଡା ଫାଣ୍ଡି ଅଧୀନ ପାରିଆଉଡ଼ାର ହାତୀଗଳା ପୋଲ ବାଙ୍କ ନିକଟରେ ଏକ ବାଇକ୍‌ ଦୁର୍ଘଟଣାରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି।
ସୂଚନା ମୁତାବକ,ରବିବାର ବିଳମ୍ବିତ ରାତିରେ ଏକ ବାଇକ୍‌(ଓଡି-୧୧ଏଚ୍‌-୪୭୭୧)ରେ ଯାଉଥିବା ଉକ୍ତ ଦୁଇଜଣ ଯୁବକ ଏକ ଖଜୁରୀ ଗଛରେ ପିଟି ହୋଇଯିବାରୁ ଦୁଇଜଣ ଛିଟିକି ପଡ଼ିଥିଲେ। ଦୁର୍ଘଟଣାଗ୍ରସ୍ତ ଦୁଇଜଣ ଯୁବକ ରାତି ସାରା ରାସ୍ତାକଡ଼ରେ ଥିବା ଏକ ବିଲରେ ଥିବା ପାଣିରେ ଭାସି ରହିଥିଲେ। ତେବେ ଉକ୍ତ ସ୍ଥାନଟି ନିଛାଟିଆ ଜାଗାରେ ଥିବାରୁ କାହାରି ନଜରରେ ପଡ଼ି ନ ଥିଲା।
ତେବେ ଆଜି ସକାଳୁ ସ୍ଥାନୀୟ ଲୋକେ ଦେଖି ଚିତ୍ରଡ଼ା ଫାଣ୍ଡି ଓ ମୋରଡ଼ା ପୋଲିସକୁ ଖବର ଦେଇଥିଲେ l ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତଦେହ ବ୍ୟବଚ୍ଛେଦ ପାଇଁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ପଠାଯାଇଛି। ତେବେ ଖବର ନେବା ସୁଦ୍ଧା ମୃତ ଦ୍ୱୟଙ୍କ ପରିଚୟ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri