ବୋଲେରୋ ଧକ୍କାରେ ବାଇକ ଦୁର୍ଘଟଣାଗ୍ରସ୍ତ: ଗୋଡ଼ରେ ଚଢ଼ିଗଲା

ରାୟଗଡ଼ା,୨୦।୮(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବ୍ଲକ ପେଣ୍ଟା ପଞ୍ଚାୟତ ମହକୁମାସ୍ଥିତ ଶିବ ମନ୍ଦିର ନିକଟରେ ବୋଲେରୋ ଧକ୍କାରେ ମୋଟରସାଇକେଲ ଚାଳକ ଓ ଆରୋହୀ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ବାଇକ ଚାଳକ ସାମାନ୍ୟ ଆହତ ହୋଇଥିଲେ ହେଁ ଆରୋହୀଙ୍କ ଗୋଡ଼ ଉପରେ ବୋଲେରୋ ମାଡ଼ିଯିବାରୁ ତାଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି ସେ ଗୁରୁତର ଅଛନ୍ତି। ଉଭୟଙ୍କ ଘର ମୁନିଗୁଡା ବ୍ଲକରେ ବୋଲି ଜଣାପଡିଛି। ଗୁରୁତର ଆହତ ଜଣକ ହେଲେ ବି ସନ୍ତୋଷ କୁମାର(୫୦) ଏବଂ ସୁରେଶ କୁଲେଶିକା(୨୨)। ତେବେ ସେଠାରେ ଦୁର୍ଘଟଣା ଘଟାଇ ବୋଲେରୋ ଗାଡ଼ି ଫେରାର ହୋଇଯାଇଥିବା ବେଳେ ସେଠାରେ ଉପସ୍ଥିତ ଜନସାଧାରଣ ବୋଲେରୋକୁ ଅଟକାଇବା ପାଇଁ ଚେଷ୍ଟା କରିଥିଲେ। ମଧ୍ୟ ବୋଲେରୋ ଫେରାର ହୋଇଯାଇଥିଲା ।ତେବେ ଖବରପାଇ ସନ୍ତୋଷଙ୍କ ସମ୍ପର୍କୀୟ ପହଞ୍ଚି ଦୁଇ ଆହତଙ୍କୁ ଆମ୍ବୁଲାନ୍ସ ସାହାଯ୍ୟରେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଣି ଭର୍ତ୍ତି କରିଥିଲେ। ଏଠାରେ ପ୍ରାଥମିକ ଚିକିତ୍ସା ପରେ ସନ୍ତୋଷଙ୍କ ପରିବାର ତାଙ୍କୁ ଉଚ୍ଚ ଚିକିତ୍ସା ପାଇଁ ପଡୋଶୀ ଆନ୍ଧ୍ରପ୍ରଦେଶ ରାଜ୍ୟକୁ ନେବେ ବୋଲି ଜଣାପଡିଛି। ବାଇକ ଚାଳକ ସୁରେଶଙ୍କ କହିବନୁସରେ ସେମାନେ କୌଣସି କାମ ନିମନ୍ତେ ସକାଳୁ ମୁନିଗୁଡାରୁ ବାହାରି ରାୟଗଡ଼ା ଅଭିମୁଖେ ଆସୁଥିବା ବେଳେ ପେଣ୍ଟା ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଶିବ ମନ୍ଦିର ନିକଟରେ ରାୟଗଡ଼ାରୁ ଥେରୁବାଲି ଅଭିମୁଖେ ଯାଉଥିବା ଏକ ବୋଲେରୋ ଦୃତ ଗତିରେ ଆସି ଧକ୍କା ଦେଇଥିଲା। ଫଳରେ ଗାଡିରୁ ପଡ଼ିଯିବା କାରଣରୁ ସନ୍ତୋଷଙ୍କ ଗୋଡ ଉପରେ ଗାଡି ମାଡ଼ିଯାଇଥିଲା। ତେବେ ଏନେଇ ପୋଲିସ ତଦନ୍ତ ଜାରି ରଖିଛି


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri