ବୋଲେରୋ ଧକ୍କାରେ ବାଇକ ଦୁର୍ଘଟଣାଗ୍ରସ୍ତ: ଗୋଡ଼ରେ ଚଢ଼ିଗଲା

ରାୟଗଡ଼ା,୨୦।୮(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବ୍ଲକ ପେଣ୍ଟା ପଞ୍ଚାୟତ ମହକୁମାସ୍ଥିତ ଶିବ ମନ୍ଦିର ନିକଟରେ ବୋଲେରୋ ଧକ୍କାରେ ମୋଟରସାଇକେଲ ଚାଳକ ଓ ଆରୋହୀ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ବାଇକ ଚାଳକ ସାମାନ୍ୟ ଆହତ ହୋଇଥିଲେ ହେଁ ଆରୋହୀଙ୍କ ଗୋଡ଼ ଉପରେ ବୋଲେରୋ ମାଡ଼ିଯିବାରୁ ତାଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଛି ସେ ଗୁରୁତର ଅଛନ୍ତି। ଉଭୟଙ୍କ ଘର ମୁନିଗୁଡା ବ୍ଲକରେ ବୋଲି ଜଣାପଡିଛି। ଗୁରୁତର ଆହତ ଜଣକ ହେଲେ ବି ସନ୍ତୋଷ କୁମାର(୫୦) ଏବଂ ସୁରେଶ କୁଲେଶିକା(୨୨)। ତେବେ ସେଠାରେ ଦୁର୍ଘଟଣା ଘଟାଇ ବୋଲେରୋ ଗାଡ଼ି ଫେରାର ହୋଇଯାଇଥିବା ବେଳେ ସେଠାରେ ଉପସ୍ଥିତ ଜନସାଧାରଣ ବୋଲେରୋକୁ ଅଟକାଇବା ପାଇଁ ଚେଷ୍ଟା କରିଥିଲେ। ମଧ୍ୟ ବୋଲେରୋ ଫେରାର ହୋଇଯାଇଥିଲା ।ତେବେ ଖବରପାଇ ସନ୍ତୋଷଙ୍କ ସମ୍ପର୍କୀୟ ପହଞ୍ଚି ଦୁଇ ଆହତଙ୍କୁ ଆମ୍ବୁଲାନ୍ସ ସାହାଯ୍ୟରେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଣି ଭର୍ତ୍ତି କରିଥିଲେ। ଏଠାରେ ପ୍ରାଥମିକ ଚିକିତ୍ସା ପରେ ସନ୍ତୋଷଙ୍କ ପରିବାର ତାଙ୍କୁ ଉଚ୍ଚ ଚିକିତ୍ସା ପାଇଁ ପଡୋଶୀ ଆନ୍ଧ୍ରପ୍ରଦେଶ ରାଜ୍ୟକୁ ନେବେ ବୋଲି ଜଣାପଡିଛି। ବାଇକ ଚାଳକ ସୁରେଶଙ୍କ କହିବନୁସରେ ସେମାନେ କୌଣସି କାମ ନିମନ୍ତେ ସକାଳୁ ମୁନିଗୁଡାରୁ ବାହାରି ରାୟଗଡ଼ା ଅଭିମୁଖେ ଆସୁଥିବା ବେଳେ ପେଣ୍ଟା ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଶିବ ମନ୍ଦିର ନିକଟରେ ରାୟଗଡ଼ାରୁ ଥେରୁବାଲି ଅଭିମୁଖେ ଯାଉଥିବା ଏକ ବୋଲେରୋ ଦୃତ ଗତିରେ ଆସି ଧକ୍କା ଦେଇଥିଲା। ଫଳରେ ଗାଡିରୁ ପଡ଼ିଯିବା କାରଣରୁ ସନ୍ତୋଷଙ୍କ ଗୋଡ ଉପରେ ଗାଡି ମାଡ଼ିଯାଇଥିଲା। ତେବେ ଏନେଇ ପୋଲିସ ତଦନ୍ତ ଜାରି ରଖିଛି


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?