ବ୍ରିଜ୍‌ ତଳକୁ ଖସିଲା ବାଇକ୍‌, ଚାଲିଗଲା ଚାଳକଙ୍କ ଜୀବନ

ଦିଗପହଣ୍ଡି,୨୩ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମୌଳାଭଞ୍ଜା ଗ୍ରାମ ନିକଟରେ ଥିବା ଘୋଡ଼ାହାଡ଼ ନଦୀ ବ୍ରିଜ୍‌ ତଳକୁ ଖସି ଜଣେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ପାଟପୁର ଥାନା ସାନଖେମୁଣ୍ଡି ବ୍ଳକ ଧରମପୁର ଗ୍ରାମର ଏସ୍‌. ଦୀନବନ୍ଧୁ ଦୋରାଙ୍କ ପୁତ୍ର ଏସ. ମିଥୁନ ଦୋରା(୨୫)। ବୁଧବାର ବିଳମ୍ବିତ ରାତିରେ ମିଥୁନ ନିଜ ବାଇକ୍‌ ଯୋଗେ ଗ୍ରାମକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ବ୍ରିଜ୍‌ ପାଚେରି ଭାଙ୍ଗି ପ୍ରାୟ ୩୦ ଫୁଟ ତଳକୁ ନଦୀ ମଧ୍ୟକୁ ବାଇକ୍‌ ସହ ଖସି ପଡ଼ିଥିଲେ। ଏହି ସମୟରେ ନଦୀପଠାରେ ମୌଳାଭଞ୍ଜା ଗ୍ରାମର ଜଣେ ବ୍ୟକ୍ତିଙ୍କ ମୃତଦେହକୁ ସମ୍ପର୍କୀୟ ଲୋକେ ସତ୍କାର କରୁଥିବା ଏହି ଘଟଣା ଦେଖି ଦିଗପହଣ୍ଡି ଥାନାକୁ ଖବର ଦେଇଥିଲେ। ଖବରପାଇ ପୋଲିସ ଟିମ୍‌ ରାତି ପ୍ରାୟ ୧୨ଟାରେ ଘଟଣାସ୍ଥଳରେ ପହଞ୍ଚି ନଦୀ ମଧ୍ୟରୁ କ୍ଷତ ବିକ୍ଷତ ଯୁବକଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଉପସ୍ଥିତ ଡାକ୍ତର ପ୍ରଶାନ୍ତ କୁମାର ପାତ୍ର ସୂଚନା ଦେଇଛନ୍ତି। ପୋଲିସ ଦୁର୍ଘଟଣା ଗସ୍ତ ଦୁଇଟି ବାଇକ୍‌କୁ ଜବତ କରି ତଦନ୍ତ ଚଳାଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri