ଭୋଜି ଖାଇ ଫେରୁଥିବା ବେଳେ କଲଭର୍ଟ ତଳକୁ ଖସିଲା ବାଇକ୍, ୨……

ନନ୍ଦପୁର,୬।୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକରେ ସଡ଼କ ଦୁର୍ଘଟଣା । କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟର ମୋଡରେ ପୂର୍ତ୍ତବିଭାଗ ତରଫରୁ ନିର୍ମାଣଧିନ ଡ୍ରେନ ଓ କଲଭର୍ଟ ତଳକୁ ଏକ ବାଇକ୍ ଓଡି୧୦ ୟୁ ୧୨୭୫ ଖସି ପଡିଛି । ଦୁର୍ଘଟଣାରେ ବୈପାରିଗୁଡ଼ା ବ୍ଲକ ମାଳୀଗୁଡ଼ା ଗ୍ରାମର ଦୁଇଜଣ ବଳରାମ ମାଳି (୨୦) ଓ ତିଳକ ମାଳି (୨୨) ଗୁରୁତର ହୋଇଛନ୍ତି । ସୂଚନା ପାଇ ନିଜେ ନନ୍ଦପୁର ଥାନାଧିକାରୀ ତ୍ରିନାଥ ତୋଟାପାଡିଆ ଘଟଣା ସ୍ଥଳରେ ପହଞ୍ଚି ୨ ଜଣଙ୍କୁ ଉଦ୍ଧାର କରି ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି ।

ଉପସ୍ଥିତ ଡାକ୍ତର ଦୁହିଁଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ସ୍ଥାନାନ୍ତର କରିଛନ୍ତି । ଦୁର୍ଘଟଣାରେ ବଳରାମ ମାଳିଙ୍କ ବାମ ଗୋଡ ଭାଙ୍ଗି ଯାଇଛି । ତିଳକ ମାଳିଙ୍କ ଅଣ୍ଟାରେ ମାଡ ହେବା ସହ ଡ୍ରେନ ନିର୍ମାଣ ପାଇଁ ବିଛା ଯାଇଥିବା ଲୁହା ରଡ଼ର ଆଘାତ ହୋଇଛି। ପ୍ରାଥମିକ ତଦନ୍ତରୁ ଦୁହେଁ ମାଳିଗୁଡା ଗ୍ରାମରୁ ବନମାଳୀପୁଟ ଗ୍ରାମକୁ ଏକ ବିବାହ ଭୋଜିରେ ସାମିଲ ହେବାକୁ ଆସିଥିଲେ। ଭୋଜି ଖାଇ ସାତସମୀଳି ଗ୍ରାମରେ ଥିବା ଅନ୍ୟ ସମ୍ପର୍କୀୟଙ୍କ ଘରକୁ ଯାଉଥିଲେ ବୋଲି ସୂଚନା ମିଳିଛି । ନନ୍ଦପୁର ପୋଲିସ ପରିବାର ଲୋକଙ୍କୁ ସୂଚନା ଦେଇ ଘଟଣାର ତଦନ୍ତ କରୁଛି । ପରିବାର ତରଫରୁ ଦୁର୍ଘଟଣା ଗ୍ରସ୍ତ ଦୁଇଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନା ନେଇଥିବା ଥାନାଧିକାରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?