ଭୋଜି ଖାଇ ଫେରୁଥିବା ବେଳେ କଲଭର୍ଟ ତଳକୁ ଖସିଲା ବାଇକ୍, ୨……

ନନ୍ଦପୁର,୬।୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକରେ ସଡ଼କ ଦୁର୍ଘଟଣା । କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟର ମୋଡରେ ପୂର୍ତ୍ତବିଭାଗ ତରଫରୁ ନିର୍ମାଣଧିନ ଡ୍ରେନ ଓ କଲଭର୍ଟ ତଳକୁ ଏକ ବାଇକ୍ ଓଡି୧୦ ୟୁ ୧୨୭୫ ଖସି ପଡିଛି । ଦୁର୍ଘଟଣାରେ ବୈପାରିଗୁଡ଼ା ବ୍ଲକ ମାଳୀଗୁଡ଼ା ଗ୍ରାମର ଦୁଇଜଣ ବଳରାମ ମାଳି (୨୦) ଓ ତିଳକ ମାଳି (୨୨) ଗୁରୁତର ହୋଇଛନ୍ତି । ସୂଚନା ପାଇ ନିଜେ ନନ୍ଦପୁର ଥାନାଧିକାରୀ ତ୍ରିନାଥ ତୋଟାପାଡିଆ ଘଟଣା ସ୍ଥଳରେ ପହଞ୍ଚି ୨ ଜଣଙ୍କୁ ଉଦ୍ଧାର କରି ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି ।

ଉପସ୍ଥିତ ଡାକ୍ତର ଦୁହିଁଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ସ୍ଥାନାନ୍ତର କରିଛନ୍ତି । ଦୁର୍ଘଟଣାରେ ବଳରାମ ମାଳିଙ୍କ ବାମ ଗୋଡ ଭାଙ୍ଗି ଯାଇଛି । ତିଳକ ମାଳିଙ୍କ ଅଣ୍ଟାରେ ମାଡ ହେବା ସହ ଡ୍ରେନ ନିର୍ମାଣ ପାଇଁ ବିଛା ଯାଇଥିବା ଲୁହା ରଡ଼ର ଆଘାତ ହୋଇଛି। ପ୍ରାଥମିକ ତଦନ୍ତରୁ ଦୁହେଁ ମାଳିଗୁଡା ଗ୍ରାମରୁ ବନମାଳୀପୁଟ ଗ୍ରାମକୁ ଏକ ବିବାହ ଭୋଜିରେ ସାମିଲ ହେବାକୁ ଆସିଥିଲେ। ଭୋଜି ଖାଇ ସାତସମୀଳି ଗ୍ରାମରେ ଥିବା ଅନ୍ୟ ସମ୍ପର୍କୀୟଙ୍କ ଘରକୁ ଯାଉଥିଲେ ବୋଲି ସୂଚନା ମିଳିଛି । ନନ୍ଦପୁର ପୋଲିସ ପରିବାର ଲୋକଙ୍କୁ ସୂଚନା ଦେଇ ଘଟଣାର ତଦନ୍ତ କରୁଛି । ପରିବାର ତରଫରୁ ଦୁର୍ଘଟଣା ଗ୍ରସ୍ତ ଦୁଇଜଣଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନା ନେଇଥିବା ଥାନାଧିକାରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri