ବସ୍‌ ଚକାତଳେ ପଶିଗଲା ବାଇକ୍‌, ଆଉ ତା’ ପରେ…

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ନରେନ୍ଦ୍ରପୁର ନିକଟରେ ଥିବା ନୟାରା ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଏକ ମିନି ବସ୍‌ ବାଇକ୍‌କୁ ସମ୍ମୁଖ ପଟୁ ଧକ୍କା ଦେବା ଫଳରେ ବାଇକ୍‌ଆରୋହୀ ଜଣକ ଗୁରୁତର ହୋଇଛନ୍ତି। ଶନିବାର ପୂର୍ବାହ୍ନ ସାଢ଼େ ୧୦ ଘଣ୍ଟା ସମୟରେ ଏଭଳି ଏକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

ସୂଚନା ମୁତାବକ ବ୍ରହ୍ମପୁରରୁ ପୁରୁଷୋତ୍ତମପୁର ଅଭିମୁଖେ ଯାଉଥିବା ବାବା ବିଘ୍ନରାଜ ନାମକ ଏକ ଘରୋଇ ମିନି ବସ୍‌ ORO7 R 0021 ନମ୍ବର ବିଶିଷ୍ଟ ମୋଟରସାଇକେଲକୁ ଧକ୍କା ଦେଇଥିଲା। OR07 AA 70 91 ନମ୍ବର ବିଶିଷ୍ଟ ବାବା ବିଘ୍ନରାଜ ନାମକ ମିନି ବସ୍‌ ଡ୍ରାଇଭର ମଦ୍ୟପାନ କରି ଗାଡି ଚଲାଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ଗୁରୁତର ବ୍ୟକ୍ତିଙ୍କୁ ନିକଟସ୍ଥ ହସ୍ପିଟାଲକୁ ନିଆଯାଇଛି। ଗୁରୁତର ବାଇକ୍‌ଚାଳକ ଜଣକ ଲାଞ୍ଜିପଲୀ ଅଞ୍ଚଳର ବୋଲି ସୂଚନା ମିଳିଛି। ସ୍ଥାନୀୟ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ…

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri