ଚଳନ୍ତା ବାଇକ୍‌ରେ ମୋବାଇଲରେ ରିଲ୍‌ କରୁଥିଲେ, ବାଇକ୍‌କୁ ପଛରୁ ପିଟି ଛିଟିକି ପଡ଼ିଲେ ଯୁବକ; ବ୍ରହ୍ମପୁର…

ମୋହନା,୨୦।୯( ମନ୍ମଥ ମିଶ୍ର): ବାଇକକୁ ପଛପଟୁ ଧକ୍କା ଦେଲା ବାଇକ । ଦୁର୍ଘଟଣାରେ ଦୁଇ ଜଣ ରାସ୍ତା କଡ଼କୁ ଛିଟିକି ପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।
ସୂଚ଼ନାଯୋଗ୍ୟ, ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଲାଣ୍ଡାଗୁଡା ଗ୍ରାମରୁ ପାଣିଗଣ୍ଡା ଅଭିମୁଖେ ଏକ ବାଇକରେ ଧର୍ମେନ୍ଦ୍ର ଉଠାଣ ସିଂ (୨୬) ଓ ସୁଶାନ୍ତ ରଣଗଣ୍ଡ(୧୯)ଆସୁଥିବା ବେଳେ ଗରଡ଼ମା ପଞ୍ଚାୟତ ଅଧିନ ପାପିଜୁ ଗ୍ରାମରୁ ପାଣିଗଣ୍ଡାକୁ ଫିରୋଜ ମାଝୀ(୧୮)ଓ ଆଶିଷ ପାଟ୍ଟମାଝୀ(୨୦)ବାଇକରେ ଆସୁଥିବା ବେଳେ ମୋବାଇଲରେ ରିଲ୍‌ କରୁଥିଲେ। ପାଣିଗଣ୍ଡା ନିକଟ ହାଟପଦା ଛକଠାରେ ଆଗରେ ଯାଉଥିବା ଧର୍ମେନ୍ଦ୍ରଙ୍କ ବାଇକକୁ ପଛପଟୁ ଧକ୍କା ଦେଇଥିଲେ। ଫଳରେ ସମସ୍ତେ ରାସ୍ତା ପାର୍ଶ୍ୱକୁ ଛିଟିକି ପଟି ଆହତ ହୋଇଥିଲେ। ସମସ୍ତଙ୍କୁ ମୋହନା ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଗୁରୁତର ଧର୍ମେନ୍ଦ୍ର ଏବଂ ସୁଶାନ୍ତଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଛି। ତେବେ ଧର୍ମେନ୍ଦ୍ରଙ୍କ ଡାହାଣ ହାତ ଭାଙ୍ଗି ଯାଇଥିବାବେଳେ ଓ ସୁଶାନ୍ତଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି।

Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ,୨୭ା୯(କଳ୍ପତରୁ ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?