ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ ପିଟି ହୋଇଥିଲା। ବାଇକରେ ଥିବା ୨ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ବରଗଡ ଜିଲା ଗାଇସିଲେଟ ଥାନା ସନ୍ଧିବାହାଲ ଗ୍ରାମର ରମେଶ ମହାକୁର ଓ ଦିଲୀପ ବେହେରା ବୋଲି ଜଣାପଡିଛି। ଖବର ପାଇ ଲୋଇସିଂହା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ପଠାଇଛି। ଏନେଇ ପୋଲିସ ଅଧିକ ତଦନ୍ତ ଚଳାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

ତେଲ ବଜାରରେ ବଡ଼ ହଲଚଲ: ସେପ୍ଟେମ୍ବର ୧ରେ ପେଟ୍ରୋଲ-ଡିଜେଲ ଦରରେ…

ନୂଆଦିଲ୍ଲୀ, ୧।୯: ଦିନର ଆରମ୍ଭ ଏବେ କେବଳ ସୂର୍ଯ୍ୟଙ୍କ କିରଣ ସହ ନୁହେଁ, ପେଟ୍ରୋଲ-ଡିଜେଲର ନୂଆ ଦର ସହ ମଧ୍ୟ ହେଉଛି। ଇନ୍ଧନ ଦର ସିଧାସଳଖ ଭାବେ…

ବର୍ଷାରେ ପଡ଼ିଗଲା କାନ୍ଥ, ମୁଣ୍ଡରେ କାଠ ବାଡେଇ ହୋଇ ମହିଳା ମୃତ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧିନ ଭୁଲନ୍‌ପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ଚାଳଘର ଭୁଶୁଡ଼ି ଜଣେ ମହିଳାଙ୍କ ମୃତ୍ଯୁ ହୋଇଛି ।…

ଗୁରୁ-ଶନିଙ୍କ ନବପଞ୍ଚମ ଯୋଗ: ପହିଲାରୁ ଖୋଲିଲା ୫ ରାଶିଙ୍କ ଭାଗ୍ୟ, ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗୁରୁ ଓ ଶନି ଗ୍ରହଙ୍କ ମଧ୍ୟରେ ଏକ ଶୁଭ ଯୋଗ ସୃଷ୍ଟି ହୋଇଛି। ଗୁରୁ ଓ ଶନି ୧୨୦ ଡିଗ୍ରୀରେ ଅବସ୍ଥିତ ହୋଇ…

ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବଢ଼ିଲା ବିବାଦ, ସମସ୍ୟା କରିବ ୧୭(ଏ)

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏବେ କାମଚଳା ଡିଜିପିଙ୍କୁ ନେଇ ପୋଲିସବାହିନୀ କାର୍ଯ୍ୟ ଚଳାଇଛି । ଗତ ଅଗଷ୍ଟ ୧୬ ତାରିଖରେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି. ଖୁରାନିଆଙ୍କ…

ସାବଧାନ! ଆଜିଠୁ ବଦଳିଲା ୭ ବଡ଼ ନିୟମ: କ’ଣ ମହଙ୍ଗା, କ’ଣ ହେଲା ଶସ୍ତା, ଜାଣନ୍ତୁ…

ନୂଆଦିଲ୍ଲୀ, ୧।୯: ସେପ୍ଟେମ୍ବର ୧ ତାରିଖରୁ କେବଳ କ୍ୟାଲେଣ୍ଡରର ପୃଷ୍ଠା ବଦଳିନାହିଁ, ବରଂ ସାଧାରଣ ଲୋକଙ୍କ ଦୈନନ୍ଦିନ ଖର୍ଚ୍ଚ ସହ ଜଡ଼ିତ ଅନେକ ନିୟମ ଓ ଦରରେ…

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri