ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ମଙ୍ଗଳବାର ସାରେ ଏକ ହାଇୱା ଟ୍ରକ ଧକ୍କାରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ରାମକୃଷ୍ଣ ପାଣିଗ୍ରାହି(୩୨)। ସେ ଗଜପତି ଜିଲା ମୋହନା ହାଇସ୍କୁଲର କ୍ରୀଡା ଶିକ୍ଷକ ଭାବେ କାର୍ଯ୍ୟକରୁଥିଲେ। ସେ ବାଇକ ଯୋଗେ ମୋହନାରୁ ଦିଗପହଣ୍ଡି ଅଭିମୁଖେ ଆସୁଥିବା ବେଳେ ତପ୍ତପାଣି ଘାଟିରେ ଏହି ଦୁର୍ଘଟଣା ଘଟିଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ରାମକୃଷ୍ଣଙ୍କ ମୃତ୍ୟୁ ହୋଇଥିବା ଘୋଷଣା କରିଥିଲେ। ଖବର ପାଇ ପାଟପୁର ପୋଲିସ ଟିମ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ପଠାଇଛନ୍ତି।


