ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ପୁଅ ଗୁରୁତର

ଉଦଳା,୨ା୫(ସନ୍ତୋଷ କୁମାର ବାଛିନି): ଆଉ ମାତ୍ର କେଇ ମିନିଟ୍‌ ପରେ ଘରେ ପହଞ୍ଚିଥାନ୍ତେ, ହେଲେ ଘଟିଗଲା ବଡ଼ ଅଘଟଣ। ମହୁଲ ଗଛରେ ବାଇକ୍‌ ବାଡ଼େଇ ହେବାରୁ ଘଟଣାସ୍ଥଳରେ ଚାଲିଗଲା ବାପା ଏବଂ ଝିଅଙ୍କ ଜୀବନ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ଶରତ ଥାନା ରୁଗୁଡ଼ି ଛକ ନିକଟରେ। ଗତକାଲି ରୁଗୁଡ଼ି ଗ୍ରାମର କୁମାର ମାରାଣ୍ଡି କପ୍ତିପଦା ଥାନା ଜାମୁପଦା ଆଶ୍ରମ ବିଦ୍ୟାଳୟରେ ପଢ଼ୁଥିବା ଝିଅକୁ ନେବା ପାଇଁ ଆସିଥିଲେ। ଝିଅକୁ ନେବାକୁ ଆସିଥିବା ବେଳେ ସାଙ୍ଗରେ ନିଜ ପୁଅକୁ ମଧ୍ୟ ଘରୁ ନେଇ ଆସିଥିଲେ କୁମାର। ହଷ୍ଟେଲରୁ ଝିଅକୁ ନେଇ ସମସ୍ତେ ଏକ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ରୁଗୁଡ଼ି ଗ୍ରାମ ପହଞ୍ଚିବାକୁ ଆଉ ମାତ୍ର କେଇ ମିଟର ଦୂରରେ ଭାରସାମ୍ୟ ହରାଇ ଏକ ମହୁଲ ଗଛରେ ବାଡ଼େଇ ହୋଇଥିଲା ବାଇକ। ଯେଉଁଥିରେ ଗାଡ଼ିରେ ଥିବା ବାପା, ପୁଅ ଏବଂ ଝିଅ ସମସ୍ତେ ଛିଟିକି ପଡ଼ିଥିଲେ। ଏବଂ ଘଟଣାସ୍ଥଳରେ ବାପା କୁମାର ମାରାଣ୍ଡି ଏବଂ ଝିଅ ସାଲଗେ ମାରାଣ୍ଡିର ମୃତ୍ୟୁ ହୋଇଥିଲା। ପୁଅ ରୁଇଦାସ ମାରାଣ୍ଡି ଗୁରୁତର ହୋଇଥିବା ବେଳେ ତାଙ୍କୁ ଉଦଳା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ଖବର ପାଇ ଶରତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri