ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ୩ଜଣ ବାଇକ ଆରୋହୀଙ୍କ ଜୀବନ ଚାଲିଯାଇଛି। ମୃତକ ହେଲେ ମୂଷାପାପୁଲି ଗ୍ରାମର ଜଣେ ଯୁବକ ହୋଇଥିବା ବେଳେ ଅନ୍ୟ ୨ଜଣ ଡେରଜାଙ୍ଗ ଅଞ୍ଚଳର ବୋଲି ଜଣାପଡିଛି।
ସେମାନେ ହେଲେ ୪୮ ବର୍ଷୀୟ କୃପା ଦେହୁରୀ, ୨୧ ବର୍ଷୀୟ ରାଜେନ୍ଦ୍ର ପ୍ରଧାନ ଓ ୧୭ ବର୍ଷୀୟ ସୁବ୍ରତ ପ୍ରଧାନ ।

ମିଳିଥିବା ସୂଚନା ମୁତାବକ, ଏକ ବାଇକ୍‌ ଯୋଗେ ୩ଜଣ ଏକ ବାଇକରେ ଗାଁରୁ ଅନୁଗୋଳ ଅଭିମୁଖେ ଯାଉଥିଲେ। ହେଲେ ପଞ୍ଚମହଲା ନିକଟରେ ପଛ ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ଭାରସାମ୍ୟ ହରାଇ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ୩ଜଣ ରାସ୍ତାରେ ଛିଟିକି ପଡି ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବାକୁ ଉଦ୍ୟମ କରୁଥିବା ବେଳେ ତାହା ସଫଳ ହୋଇପାରି ନାହିଁ। ମୃତକଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri