ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ନାବାଳକ ମୃତ

ପାରଳାଖେମୁଣ୍ଡି, ୧୩।୫(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଉପକଣ୍ଠ ରାଣିପେଣ୍ଠ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଶନିବାର ବାଇକ୍‌ଟି ଗୁମ୍ମା ବ୍ଲକର ଗାଇବା ପଞ୍ଚାୟତର ବଡ଼ବାରଡ଼ା ଗ୍ରାମର ଜସେଫ ଗମାଙ୍ଗ ଓ ତାଙ୍କ ପୁଅ ଯଶମନ୍ତ ଗମାଙ୍ଗ କୌଣସି କାମରେ ପାରଳାଖେମୁଣ୍ଡି ଅଭିମୁଖେ ବାଇକ୍‌ରେ ବାହାରିଥିଲେ। ସେହି ସମୟରେ ତାଙ୍କ ପଛପଟରୁ ଗୋଟେ ଟ୍ରକ୍‌ ଦ୍ରୁତଗତିରେ ଆସି ଓଭରଟେକ କରିବା ସମୟରେ ଜସେଫଙ୍କ ବାଇକଖକୁ ଧକ୍କା ଦେଇଥିଲା । ଫଳରେ ବାଇକ୍‌ ପଛରେ ବସିଥିବା ଜସେଫଙ୍କ ପୁଅ ପଡିଯିବା ଯୋଗୁ ଘଟଣାସ୍ଥଳରେ ଯଶବନ୍ତଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଖସି ପଳାଇବାକୁ ଚେଷ୍ଟା କରୁଥିବା ସମୟରେ ପୋଲିସ ଡ୍ରାଇଭରକୁ ଧରିବାରେ ସକ୍ଷମ ହୋଇଛି । ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri