
ଧର୍ମଶାଳା,୨୫।୫(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଶଙ୍ଖାଢିଅ ନିକଟରେ ଏକ ବରଯାତ୍ରୀ ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ଗୋକନେଶ୍ୱର ମନ୍ଦିରରେ ବାହାଘର ଚାଲିଥିବା ବେଳେ ବର ଗାଡ଼ିଟି ତେଲ ପକାଇବା ପାଇଁ ଶଙ୍ଖାରିଢିଅ ନିକଟସ୍ଥ ଏକ ପେଟ୍ରୋଲ ପମ୍ପରେ ତଲେ ପକାଇବାକୁ ଯାଇଥିଲା।
ଗାଡ଼ିଟି ତେଲ ପକାଇ ଫେରିବା ବେଳେ ଏକ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ଦୁଇ ବାଇକ୍ ଆରୋହୀଙ୍କୁ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ବରଗାଡ଼ିର ସମ୍ମୁଖ ଭାଗ ଭାଙ୍ଗି ଯାଇଛି। ଖବର ପାଇ ଧର୍ମଶାଳା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।